ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ୨୪ ଘଣ୍ଟା ଭିତରେ ସୃଷ୍ଟି ହେବାକୁ ଯାଉଛି ଏକ ଲଘୁଚାପ। ଏହାର ପ୍ରଭାବରେ ଆଜିଠୁ ୩ଦିନ ଧରି ଉପକୂଳ ଜିଲ୍ଲା ଗୁଡିକରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ଆକଳନ କରିଛି। ବିଶେଷ କରି ୮ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ସତର୍କ ରହିବାକୁ ପାଣିପାଗ ବିଭାଗ ପକ୍ଷରୁ ଜାରି ହୋଇଥିବା ସ୍ବତନ୍ତ୍ର ବୁଲେଟିନରେ କୁହାଯାଇଛି।ପୁରୀ,ଜଗତସିଂହପୁର ଓ କେନ୍ଦ୍ରାପଡା ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି।ଏସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଉତ୍ତର ଓଡିଶାର ଅଧିକାଂଶ ଅଞ୍ଚଳ,ଦକ୍ଷିଣ ଓଡିଶାର କିଛି ଅଞ୍ଚଳ ଏବଂ ଆଭ୍ୟନ୍ତରୀଣ ଓଡିଶାର ଅଳ୍ପ କିଛି ସ୍ଥାନରେ ବର୍ଷାର ସମ୍ଭାବନା ରହିଛି। ଆସନ୍ତାକାଲି ଉପକୂଳ ଓଡିଶାର ଅଧିକାଂଶ ଅଞ୍ଚଳ ଏବଂ ଆଭ୍ୟନ୍ତରୀଣ ଓଡିଶାର କିଛି ଅଞ୍ଚଳର ବର୍ଷାର ସମ୍ଭାବନା ରହିଛି। ଗଞ୍ଜାମ,ପୁରୀ,ଜଗତସିଂହପୁର,କଟକ,କେନ୍ଦ୍ରାପଡା,ଯାଜପୁର,ଭଦ୍ରକ,ବାଲେଶ୍ବର ଆଠଟି ଜିଲ୍ଲା ୟେଲୋ ଜୋନରେ ଥିବାବେଳେ ଏଠାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ସତର୍କ କରାଇଛି। ୩୦ତାରିଖରେ ଭଦ୍ରକ ଓ ବାଲେଶ୍ବର ଜିଲ୍ଲା ପାଇଁ ରେଡ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ସମୟରେ ସମୁଦ୍ର ଅଶାନ୍ତ ରହିବାର ସମ୍ଭାବନା ଥିବାରୁ ମତ୍ସ୍ୟଜୀବୀମାନଙ୍କୁ ଗଭୀର ସମୁଦ୍ରକୁ ନଯିବାକୁ ପରାମର୍ଶ ଦିଆଯାଇଛି।
from News7 https://ift.tt/2yFshUH
No comments: