୭୩ ବର୍ଷରେ ପଦାର୍ପଣ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ OTV KHABAR BUREAU

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆଜି ଜନ୍ମଦିନ। ୭୩ ବର୍ଷରେ ପାଦ ଥାପିଲେ ମୁଖ୍ୟମନ୍ତ୍ରୀ। ଅନ୍ୟପକ୍ଷରେ, ସେ ତାଙ୍କ ଜନ୍ମଦିନକୁ ପାଳନ କରିବେ ନାହିଁ ବୋଲି କହିଛନ୍ତି।

ବାତ୍ୟା ‘ତିତଲି’ ଓ ପରବର୍ତ୍ତୀ ବନ୍ୟାରେ ରାଜ୍ୟରେ ବ୍ୟାପକ କ୍ଷୟକ୍ଷତି ହୋଇଥିବାରୁ  ଜନ୍ମଦିନ ପାଳିବେ ନାହିଁ ମୁଖ୍ୟମନ୍ତ୍ରୀ। ପ୍ରତିବର୍ଷ ନବୀନ ନିବାସରେ ଜନ୍ମଦିନର ଶୁଭେଚ୍ଛା ଜଣାଇବାକୁ ବେଶ୍‌ ଭିଡ଼ ଜମେ। ଚଳିତ ବର୍ଷ ଶୁଭେଚ୍ଛା ଜଣାଇବାକୁ କେହି ନଯିବା ପାଇଁ ନବୀନ ନିବାସ ପକ୍ଷରୁ ମନ୍ତ୍ରୀ, ବିଧାୟକ ଓ ଅଫିସରଙ୍କୁ କୁହାଯାଇଛି।

ପୂର୍ବରୁ ମଧ୍ୟ ହୁଡ୍  ହୁଡ୍ ଏବଂ ପାଇଲିନ୍‌ ବାତ୍ୟା ବେଳେ ମୁଖ୍ୟମନ୍ତ୍ରୀ ନିଜ ଜନ୍ମଦିନ ପାଳନ କରିନଥିଲେ।

ମୁଖ୍ୟମନ୍ତ୍ରୀଙ୍କ ଜନ୍ମଦିନକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟ୍ୱିଟ୍‌ କରି ଶୁଭେଚ୍ଛା ଜଣାଇଛନ୍ତି। ସେହିପରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ପୂର୍ବତନ ସାଂସଦ ବୈଜୟନ୍ତ ପଣ୍ଡା ପ୍ରମୁଖ ମୁଖ୍ୟମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି।



from OTV Khabar https://ift.tt/2PBZQO3
୭୩ ବର୍ଷରେ ପଦାର୍ପଣ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ OTV KHABAR BUREAU ୭୩ ବର୍ଷରେ ପଦାର୍ପଣ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ OTV KHABAR BUREAU Reviewed by SUBHENDU BARAL on October 16, 2018 Rating: 5

No comments:

Powered by Blogger.