
କଳାହାଣ୍ଡି: କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରୁ ଜଣେ ବ୍ୟକ୍ତିଙ୍କର ଝୁଲନ୍ତା ମୃତଦେହ ମିଳିଛି। ମୃତକ ହେଲେ ଭୁଦେବ ବଗର୍ତ୍ତି।
ସେ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ନିକଟରେ ଏକ ଛୋଟ ଠେଲା ହୋଟେଲ କରି ନିଜର ଗୁଜୁରାଣ ମେଣ୍ଟାଉ ଥିଲେ।
ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଲୋକଙ୍କ ବସିବା ପାଇଁ ଥିବା ଶେଡ୍ରୁ ତାଙ୍କ ଝୁଲନ୍ତା ମୃତଦେହକୁ ଉଦ୍ଧାର କରାଯାଇଥିଲା।
ପାରିବାରିକ କଳହରୁ ସେ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି। ପୁଲିସ୍ ଘଟଣାର ତଦନ୍ତ କରୁଛି।
from OTV Khabar https://ift.tt/2yPphEC
ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଝୁଲନ୍ତା ମୃତଦେହ Rosalin Rath
Reviewed by SUBHENDU BARAL
on
October 20, 2018
Rating:
No comments: