ବୀର ସୁରେନ୍ଦ୍ର ସାଏଙ୍କ ନାମରେ ନାମିତ ହେଲା ଝାରସୁଗୁଡ଼ା ବିମାନ ବନ୍ଦର OTV KHABAR BUREAU

ନୂଆଦିଲ୍ଲୀ/ଝାରସୁଗୁଡ଼ା: ବୀର ସୁରେନ୍ଦ୍ର ସାଏଙ୍କ ନାମରେ ନାମିତ ହେଲା ଝାରସୁଗୁଡ଼ା ବିମାନ ବନ୍ଦର । ଏନେଇ ଆଜି କେନ୍ଦ୍ର କ୍ୟାବିନେଟ୍‌ ମଞ୍ଜୁର ପ୍ରଦାନ କରିଛି। ଝାରସୁଗୁଡ଼ା ବିମାନ ବନ୍ଦର ଏବେ ବୀର ସୁରେନ୍ଦ୍ର ସାଏ ବିମାନ ବନ୍ଦର ନାମରେ ଜଣାଯିବ ।

କେନ୍ଦ୍ରମନ୍ତ୍ରୀ ଜୁଏଲ୍‌ ଓରାମ ଟ୍ୱିଟ୍‌ କରି ଏହି ସୂଚନା ଦେଇଛନ୍ତି। ଏଥିସହ ଜୁଏଲ ଓରାମ୍ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କୃତଜ୍ଞତା ଜ୍ଞାପନ ମଧ୍ୟ କରିଛନ୍ତି।

ଝାରସୁଗୁଡ଼ା ବିମାନ ବନ୍ଦରକୁ ବୀର ସୁରେନ୍ଦ୍ର ସାଏଙ୍କ ନାଁରେ ନାମକରଣ କରିବାକୁ ଗତ କିଛି ଦିନ ଧରି ରାଜ୍ୟ ସରକାର ଦାବି କରି ଆସୁଥିଲେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଚିଠି ମଧ୍ୟ ଲେଖିଥିଲେ।



from OTV Khabar https://ift.tt/2RvdP8Z
ବୀର ସୁରେନ୍ଦ୍ର ସାଏଙ୍କ ନାମରେ ନାମିତ ହେଲା ଝାରସୁଗୁଡ଼ା ବିମାନ ବନ୍ଦର OTV KHABAR BUREAU ବୀର ସୁରେନ୍ଦ୍ର ସାଏଙ୍କ ନାମରେ ନାମିତ ହେଲା ଝାରସୁଗୁଡ଼ା ବିମାନ ବନ୍ଦର OTV KHABAR BUREAU Reviewed by SUBHENDU BARAL on November 01, 2018 Rating: 5

No comments:

Powered by Blogger.