
କନକ ବ୍ୟୁରୋ : ଉପବାସରେ ମହାପ୍ରଭୁ । ଏଯାଏଁ ଖୋଲିନି ଶ୍ରୀମନ୍ଦିର । ପୁରୀରେ ସେବାୟତ-ପୋଲିସ ମୁହାଁମୁହିଁ ଘଟଣାକୁ ନେଇ ବିବାଦ ଘନେଇବାରେ ଲାଗିଛି । ଶ୍ରୀମନ୍ଦିରରେ ନୀତି ବନ୍ଦ ଯୋଗୁଁ ମହାପ୍ରଭୁ ଉପବାସରେ ରହିଛନ୍ତି । ଅଚଳାବସ୍ଥା ଦୂର ପାଇଁ ସେବାୟତ ଓ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ମଧ୍ୟରେ ହୋଇଥିବା ଆଲୋଚନା ବିଫଳ ହୋଇଛି । ଏହାପରେ ପୁରୀ ଜିଲ୍ଲାପାଳ ଓ ଏସପି ସମସ୍ୟାର ସମାଧାନ ପାଇଁ ସେବାୟତଙ୍କ ସହ ଆଲୋଚନା କରିବାକୁ ମନ୍ଦିର ଭିତରକୁ ଯାଇଥିଲେ ମଧ୍ୟ କୌଣସି ନିଷ୍କର୍ସ ବାହାରି ପାରିନାହିଁ ।
ଅନ୍ୟପଟେ ଶ୍ରୀମନ୍ଦିରର ଭିତର ଦ୍ୱାର ଖୋଲିନଥିବାରୁ ଭକ୍ତମାନେ ଅସନ୍ତୋଷ ପ୍ରକାଶ କରିଛନ୍ତି ଓ ବ୍ୟାରିକେଡ ଭାଙ୍ଗି ଧସେଇ ପଶିଛନ୍ତି । ସେବାୟତଙ୍କ ସହ ଆଲୋଚନା ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କହିଛନ୍ତି ସେବାୟତ ନିଜ ବିବେକ ଅନୁସାରେ କାମ କରନ୍ତୁ । ଗତକାଲି ମନ୍ଦିର ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କୁ ନେଇ ଯାଉଥିବା ସେବାୟତ ଓ ପୋଲିସ ଧସ୍ତାଧସ୍ତି ହୋଇଥିଲେ । ସେହି ଦୃଶ୍ୟ ସିସିଟିଭିରେ ମଧ୍ୟ କଏଦ ହୋଇଛି ।

from Kanak News http://bit.ly/2ET585X http://bit.ly/2ERk7MQ
No comments: