ପାଟକୁରା ପାଇଁ ପ୍ରାର୍ଥିପତ୍ର ଦାଖଲ କଲେ ସାବିତ୍ରୀ ଅଗ୍ରୱାଲ୍‌ Pradesh Pratyush

କେନ୍ଦ୍ରାପଡ଼ା : ପାଟକୁରା ବିଧାନସଭା ଆସନ ପାଇଁ ଆଜି ସ୍ୱର୍ଗତ ବେଦ ପ୍ରକାଶ ଅଗ୍ରୱାଲଙ୍କ ପତ୍ନୀ ସାବିତ୍ରୀ ଅଗ୍ରୱାଲ୍ ନାମାଙ୍କନପତ୍ର ଦାଖଲ କରିଛନ୍ତି। ବେଦ ପ୍ରକାଶଙ୍କ ପରଲୋକ ପରେ ଗତକାଲି ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ପାଟକୁରା ଆସନ ପାଇ ତାଙ୍କ ନାଁ ଘୋଷଣା କରିଥିଲେ।

ବିଜେଡି ଏଥର ବି ଏହି ଆସନରେ ବେଦ ପ୍ରକାଶକୁ ପ୍ରାର୍ଥୀ କରିଥିଲା। ସେ ନାମାଙ୍କନପତ୍ର ବି ଦାଖଲ କରିଥିଲେ। ତେବେ ନିର୍ବାଚନ ୯ ଦିନ ପୂର୍ବରୁ ଏପ୍ରିଲ୍ ୨୦ତାରିଖରେ ଚିକିତ୍ସାଧୀନ ଅବସ୍ଥାରେ ଭୁବନେଶ୍ୱରର ଏକ ଘରୋଇ ହସ୍‌ପିଟାଲ୍‌ରେ ତାଙ୍କର ପରଲୋକ ହୋଇଥିଲା। ଫଳରେ ନିର୍ବାଚନ କମିଶନ ପାଟକୁରା ବିଧାନସଭା ଆସନ ପାଇଁ ହେବାକୁ ଥିବା ନିର୍ବାଚନକୁ ସ୍ଥଗିତ ରଖିଥିଲେ।

କେନ୍ଦ୍ରାପଡ଼ା ଲୋକସଭା ଆସନ ଅଧୀନରେ ଆସୁଥିବା ପାଟକୁରା ବିଧାନସଭା ଆସନ ପାଇଁ ମେ’ ୧୯ ତାରିଖରେ ମତଦାନ ହେବ।ଏହି ଆସନ ପାଇଁ ବିଜେପି ପକ୍ଷରୁ ବରିଷ୍ଠ ନେତା ବିଜୟ ମହାପାତ୍ର ପ୍ରାର୍ଥୀ ହୋଇଛନ୍ତି।

ସୂଚନାଯୋଗ୍ୟ, ବେଦପ୍ରକାଶ ଅଗ୍ରୱାଲ୍‌ ବିଜେଡି ଟିକେଟ୍‌ରେ ପାଟକୁରାରୁ ଦୁଇ ଥର ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ଏହା ବ୍ୟତୀତ ସେ ୪ ଥର କେନ୍ଦ୍ରାପଡ଼ା ଆସନରୁ ଉତ୍କଳ କଂଗ୍ରେସ, ଜନତା ପାର୍ଟି, ଜନତା ଦଳ ଓ ବିଜେପି ଟିକେଟ୍‌ରେ ଜିତି ବିଧାନସଭାକୁ ଯାଇଥିଲେ।



from OTV Khabar http://bit.ly/2USVYd3
ପାଟକୁରା ପାଇଁ ପ୍ରାର୍ଥିପତ୍ର ଦାଖଲ କଲେ ସାବିତ୍ରୀ ଅଗ୍ରୱାଲ୍‌ Pradesh Pratyush ପାଟକୁରା ପାଇଁ ପ୍ରାର୍ଥିପତ୍ର ଦାଖଲ କଲେ ସାବିତ୍ରୀ ଅଗ୍ରୱାଲ୍‌ Pradesh Pratyush Reviewed by SUBHENDU BARAL on April 30, 2019 Rating: 5

No comments:

Powered by Blogger.