ଆଜି ବିଧାନସଭାରେ ଶପଥ ନେଲେ ୧୦୬ ବିଧାୟକ Pradesh Pratyush

ଭୁବନେଶ୍ୱର : ବିଧାନସଭାର ଦୁଇଦିନିଆ ସ୍ୱତନ୍ତ୍ର ଅଧିବେଶନର ପ୍ରଥମ ଦିନରେ ୧୦୬ଜଣ ନବନିର୍ବାଚିତ ବିଧାୟକ ପଦ ଓ ଗୋପନୀୟତାର ଶପଥ ନେଇଛନ୍ତି। ଷୋଡ଼ଶ ବିଧାନସଭାର କାମଚଳା ବାଚସ୍ପତି ଅମର ପ୍ରସାଦ ଶତପଥୀ ଆଜି ପ୍ରଥମେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଗୃହର ସଦସ୍ୟ ଭାବେ ପଦ ଓ ଗୋପନୀୟତାର ଶପଥ ପାଠ କରାଇଥିଲେ।

ମୁଖ୍ୟମନ୍ତ୍ରୀଙ୍କ ପରେ ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ଅରୁଣ ସାହୁ, ସୁଦାମ ମାର୍ଣ୍ଡି, ବଦ୍ରି ନାରାୟଣ ପାତ୍ର, ଅନନ୍ତ ଦାସ, ପ୍ରଫୁଲ୍ଲ ମଲ୍ଲିକ, ଭୂପିନ୍ଦର ସିଂ ଆଦି ବିଧାୟକମାନେ ପଦ ଓ ଗୋପନୀୟତାର ଶପଥ ନେଇଥିଲେ। ଏହି ଶପଥ ଗ୍ରହଣ କାର୍ଯ୍ୟକ୍ରମ ଆସନ୍ତାକାଲି ମଧ୍ୟ ଜାରି ରହିବ ବୋଲି ବିଧାନସଭା ସୂତ୍ରରୁ ସୂଚନା ମିଳିଛି।

ସୂଚନାଯୋଗ୍ୟ, ବିଧାନସଭାର ପୂର୍ଣ୍ଣାଙ୍ଗ ଅଧିବେଶନ ଜୁନ୍ ୧୭ତାରିଖରୁ ଆରମ୍ଭ ହେବାର କାର୍ଯ୍ୟକ୍ରମ ରହିଛି। ପୂର୍ବରୁ ଏହି ଅଧିବେଶନ ଜୁନ୍ ୧୧ରେ ବସିବ ବୋଲି ଚର୍ଚ୍ଚା ହେଉଥିଲା, କିନ୍ତୁ ସେହି କାର୍ଯ୍ୟସୂଚୀରେ ପରିବର୍ତ୍ତନ କରାଯାଇଥିବା ଜଣାପଡ଼ିଛି।



from OTV Khabar http://bit.ly/2XiiDBU
ଆଜି ବିଧାନସଭାରେ ଶପଥ ନେଲେ ୧୦୬ ବିଧାୟକ Pradesh Pratyush ଆଜି ବିଧାନସଭାରେ ଶପଥ ନେଲେ ୧୦୬ ବିଧାୟକ Pradesh Pratyush Reviewed by SUBHENDU BARAL on May 30, 2019 Rating: 5

No comments:

Powered by Blogger.