ଆଜି ଓଡ଼ିଶା ଆସୁଛନ୍ତି ଦୁଇ କେନ୍ଦ୍ର ମନ୍ତ୍ରୀ: ଧର୍ମେନ୍ଦ୍ର ଓ ପ୍ରତାପଙ୍କୁ ସ୍ବାଗତ କରିବା ପାଇଁ ବିଜେପି ରାଜ୍ୟ କାର୍ଯ୍ୟାଳୟ ପକ୍ଷରୁ ବ୍ୟାପକ ପ୍ରସ୍ତୁତି Kanak News
କନକ ବ୍ୟୁରୋ: ଦ୍ବିତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କେନ୍ଦ୍ରରେ ସରକାର ଗଠନ କରିବା ପରେ ତାଙ୍କ ମନ୍ତ୍ରିମଣ୍ଡଳରେ ଓଡ଼ିଶାରୁ ସ୍ଥାନ ପାଇଥିବା ଦୁଇଜଣ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ପ୍ରତାପ ଷଡ଼ଙ୍ଗୀ ଆଜି ମନ୍ତ୍ରୀପଦ ପାଇବା ପରେ ପ୍ରଥମ ଥର ପାଇଁ ଓଡ଼ିଶା ଆସୁଛନ୍ତି। କେନ୍ଦ୍ର ପେଟ୍ରୋଲିଅମ ଓ ପ୍ରାକୃତିକ ଗ୍ୟାସ, ଇସ୍ପାତ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଲଘୁ-ମଧ୍ୟମ,ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ରାଷ୍ଟ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀଙ୍କୁ ସ୍ବାଗତ କରିବା ପାଇଁ ବିଜେପି ରାଜ୍ୟ କାର୍ଯ୍ୟାଳୟ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି।
ଦୁଇଜଣ କେନ୍ଦ୍ରମନ୍ତ୍ରୀଙ୍କ ସହ ରାଜ୍ୟ ପ୍ରଭାରୀ ଅରୁଣ ସିଂହ ଆସିବେ। ଆଜି ଭୁବନେଶ୍ବର ବିମାନ ବନ୍ଦରରେ ସକାଳ ୮ଟା ୩୦ ମିନିଟରେ ପହଞ୍ଚିବା ପରେ ସେମାନଙ୍କୁ ଦଳ ତରଫରୁ ଭବ୍ୟ ସ୍ବାଗତ ଓ ସମ୍ବର୍ଦ୍ଧନା ଦିଆଯିବ। ଏହାପରେ ଦୁଇ କେନ୍ଦ୍ର ମନ୍ତ୍ରୀ ସିଧାସଳଖ ମହାପ୍ରଭୂ ଜଗନ୍ନାଥଙ୍କ ଦର୍ଶନ ପାଇଁ ପୁରୀ ଗସ୍ତ କରିବେ। ଅପରାହ୍ନ ୩ଟା ବେଳେ ଭୁବନେଶ୍ବର ସ୍ଥିତ ପ୍ରଦର୍ଶନୀ ପଡ଼ିଆରେ ଦଳ ପକ୍ଷରୁ ଏକ ସ୍ବାଗତ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହେବ। ଏହି ସଭାରେ ଦୁଇ କେନ୍ଦ୍ରମନ୍ତ୍ରୀଙ୍କ ସମେତ ବିଜେପିର ସମସ୍ତ ନବନିର୍ବାଚିତ ସାଂସଦ ଏବଂ ବିଧାୟକମାନଙ୍କୁ ମଧ୍ୟ ସମ୍ବର୍ଦ୍ଧନା ପ୍ରଦାନ କରିବାକୁ କାର୍ଯ୍ୟକ୍ରମ ସ୍ଥିର କରାଯାଇଛି।
from Kanak News http://bit.ly/2WwKF04 http://bit.ly/2WpdlDl
No comments: