ଭୁବନେଶ୍ୱର: ଆଜି ଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସାକ୍ଷାତ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଉଭୟଙ୍କ ସାକ୍ଷାତରେ ରାଜ୍ୟର ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଆଲୋଚନା ହେବ। ବାତ୍ୟା ‘ଫୋନି’ କ୍ଷୟକ୍ଷତି ସଂପର୍କରେ ଆଲୋଚନା ସହିତ କେନ୍ଦ୍ରର ସହାୟତା ପ୍ରସଙ୍ଗରେ ଆଲୋଚନା କରିବେ ମୁଖ୍ୟମନ୍ତ୍ରୀ।
ପ୍ରଧାନମନ୍ତ୍ରୀ ସହ ସାକ୍ଷାତ ପରେ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ମଧ୍ୟ ଭେଟିବେ ମୁଖ୍ୟମନ୍ତ୍ରୀ। ଏହାସହ ୧୫ ତାରିଖରେ ନୀତି ଆୟୋଗ ବୈଠକରେ ଯୋଗଦେବେ।
ମୋଦି ସରକାର ଦ୍ୱିତୀୟ ଥର କ୍ଷମତାକୁ ଆସିବା ପରେ ପ୍ରଥମ ଥର ପାଇଁ ନୀତି ଆୟୋଗ ବୈଠକ ହେଉଛି। ଏହି ବୈଠକରେ ସାମିଲ ହୋଇ ରାଜ୍ୟର ବିଭିନ୍ନ ପ୍ରସଙ୍ଗ ଉଠାଇ ପାରନ୍ତି ନବୀନ।
from OTV Khabar. http://bit.ly/2R3JFKO
ଆଜି ମୋଦି-ନବୀନ ଭେଟ Rajalaxmi Sahoo
Reviewed by SUBHENDU BARAL
on
June 10, 2019
Rating:
No comments: