୨ଟି ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷିବ ! ରାଜ୍ୟ ପାଇଁ ଅରେଞ୍ଜ ଆଲର୍ଟ ଜାରି Kanak News

କନକ ବ୍ୟୁରୋ : ଉତ୍ତର ବଙ୍ଗୋପସାଗର ତଥା ପଶ୍ଚିମବଙ୍ଗ ଉପକୂଳରେ ଦାନା ବାନ୍ଧୁଛି ଲଘୁଚାପ। ଶୁକ୍ରବାର ଏହାର ଚିତ୍ର ସ୍ପଷ୍ଟ ହେବାର ଥିବା ବେଳେ ଓଡ଼ିଶାରେ ସକ୍ରିୟ ହୋଇଛି ମୌସୁମୀ। ପ୍ରଭାବରେ ସାରା ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ଲାଗି ରହିଛି। ଉତ୍ତର ଓ ଉପକୂଳ ଓଡ଼ିଶାରେ ୩୬ ଘଣ୍ଟା ହେଲା ଲଗାଣ ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ବାରିପଦାରେ ଦେଶର ସର୍ବାଧିକ ବର୍ଷା ୧୩୧.୬ ମିମି ବର୍ଷା ରେକର୍ଡ କରାଯାଇଛି। ଏଥିସହ ବାଲେଶ୍ବର, ଚନ୍ଦବାଲି, କଟକ, ଭୁବନେଶ୍ବର, ପୁରୀ, ସମ୍ବଲପୁର, ତାଳଚେର, ଅନୁଗୁଳ ଆଦି ସ୍ଥାନରେ ବି ପ୍ରବଳ ବର୍ଷା ଲାଗି ରହିଛି। ପରିସ୍ଥିତିକୁ ଦୃଷ୍ଟିରେ ରଖି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ୨୬ ଓ ୨୭ ତାରିଖ ଲାଗି ଓଡ଼ିଶା ପାଇଁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି।
ଭାରତୀୟ ପାଣିପାଗ ବିଭାଗ ଆକଳନ କରିଛି ଯେ ୨୬ ତାରିଖରେ ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ହେବାକୁ ଥିବା ଲଘୁଚାପ ବଳୟ ପ୍ରଭାବରେ ପୂର୍ବ କେନ୍ଦ୍ରୀୟ ଭାରତରେ ବର୍ଷା ଲାଗି ରହିଛି। ଦୁଇ ଦିନ ଧରି ଓଡ଼ିଶା ଓ ପଶ୍ଚିମବଙ୍ଗରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। ୩୧ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବ ମଧ୍ୟ ଉପକୂଳ ଓଡ଼ିଶା ଉପରେ ରହିବ। ପୂର୍ବ କେନ୍ଦ୍ରୀୟ ଭାରତର ଅଧିକାଂଶ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଶୁକ୍ରବାର ସୃଷ୍ଟି ହେବାକୁ ଥିବା ଲଘୁଚାପ ପ୍ରଭାବରେ ୨୭ତାରିଖ ବେଳକୁ ପଶ୍ଚିମବଙ୍ଗ ଓ ଓଡ଼ିଶା ଉପକୂଳ ଅଶାନ୍ତ ରହିବ। ଘଣ୍ଟା ପ୍ରତି ୫୦ରୁ ୬୦ କିମି ବେଗରେ ପବନ ବହିବ। ତେଣୁ ମତ୍ସ୍ୟଜୀବୀମାନେ ୨୭ ଓ ୨୮ତାରିଖରେ ଓଡ଼ିଶା ଉପକୂଳ ସମେତ ଉତ୍ତରପଶ୍ଚିମ ଓ ଏହା ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରକୁ ନ ଯିବା ପାଇଁ ପାଣିପାଗ ବିଭାଗ ପରାମର୍ଶ ଦେଇଛି।


from Kanak News https://ift.tt/2yeaGmm https://ift.tt/2S7kKGO
୨ଟି ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷିବ ! ରାଜ୍ୟ ପାଇଁ ଅରେଞ୍ଜ ଆଲର୍ଟ ଜାରି Kanak News ୨ଟି ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷିବ ! ରାଜ୍ୟ ପାଇଁ ଅରେଞ୍ଜ ଆଲର୍ଟ ଜାରି Kanak News Reviewed by SUBHENDU BARAL on July 25, 2019 Rating: 5

No comments:

Powered by Blogger.