
କନକ ବ୍ୟୁରୋ : ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ମୌସୁମୀ ବାୟୁ ପୁଣିଥରେ ସକ୍ରିୟ ହୋଇଛି। ପ୍ରଭାବରେ ଆସନ୍ତା ୪ ଦିନ ଧରି ସାରା ଓଡ଼ିଶାରେ ବର୍ଷା ଲାଗିରହିବ। ଉପକୂଳ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ଅଧିକ। ଗୋଟିଏ ଦୁଇଟି ସ୍ଥାନରେ ଶହେ ମିମିରୁ ଅଧିକ ପରିମାଣର ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ।

କୋରାପୁଟ, କଳାହାଣ୍ଡି, କନ୍ଧମାଳ, ନୟାଗଡ଼ ଆଦି ଜିଲ୍ଲାରେ କାଳବୈଶାଖୀ ଓ ବଜ୍ରପାତଜନିତ ବର୍ଷା ଲାଗିରହିବ। ୨୬ ଓ ୨୭ ତାରିଖରେ କେନ୍ଦ୍ରୀୟ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ଆକଳନ କରାଯାଇଛି। ବିଶେଷକରି କେନ୍ଦୁଝର, ଅନୁଗୁଳ, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ସୋନପୁର, ବରଗଡ଼, ନବରଙ୍ଗପୁର ଆଦି ଜିଲ୍ଲାର କେତେକ ବ୍ଲକରେ ଅତିପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି।
ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକଙ୍କ କହିବାନୁଯାୟୀ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ୨୫ ତାରିଖ ବେଳକୁ ଅଧିକ ସକ୍ରିୟ ହେବା ସହ ୨୫ରୁ ୨୭ ଉପକୂଳ ଓଡ଼ିଶାରେ ବର୍ଷା କରାଇବ। ପରବର୍ତୀ ସମୟରେ ଅର୍ଥାତ୍ ଜୁଲାଇ ୨୭ ଓ ୨୮ ତାରିଖରେ ପଶ୍ଚିମ ଓଡ଼ିଶାକୁ ଅଗ୍ରସର ହୋଇ କେନ୍ଦ୍ରୀୟ ଭାରତ ଆଡ଼କୁ ଯିବ। ତେଣୁ ଏହି ଦୁଇ ଦିନ ପଶ୍ଚିମ ଓଡ଼ିଶାରେ ଅଧିକ ବର୍ଷା ହେବ। ଜୁଲାଇ ୨୬ରେ ସାରା ରାଜ୍ୟରେ ବର୍ଷାର ପରିମାଣ ଅଧିକ ରହିବ। ତେବେ ୨୯ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗର ଉପରେ ଆଉ ଏକ ଲଘୁଚାପ ବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ପ୍ରଭାବରେ ଜୁଲାଇ ୨୯ରୁ ଅଗଷ୍ଟ ୧ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗିରହିବ।
from Kanak News https://ift.tt/2K6SdxE https://ift.tt/2LHBDqb
No comments: