ସରିଲା ଶ୍ରୀଜିଉଙ୍କ ସୁନାବେଶ । ଆଜି ରଥ ଉପରେ ତିନି ଠାକୁରଙ୍କ ଅଧରପଣା ନୀତି, ମହାପ୍ରଭୁଙ୍କୁ ଭୋଗ ଲାଗି ପରେ ପଣାହାଣ୍ଡି ଭାଙ୍ଗି ଚଣ୍ଡି ଚାମୁଣ୍ଡାଙ୍କୁ କରାଯିବ ଉତ୍ସର୍ଗ । Kanak News

କନକ ବ୍ୟୁରୋ : ପରମ୍ପରା ଅନୁଯାୟୀ ଆଜି ତ୍ରୟୋଦଶୀ ତିଥିରେ ରଥ ଉପରେ ତିନି ଠାକୁରଙ୍କ ଅଧରପଣା ନୀତି ଅନୁଷ୍ଠିତ ହେବ । ରାତି ୮ଟା ସୁଦ୍ଧା ତିନି ରଥ ବାଡ଼ରେ ଏହି ନୀତି ସଂପନ୍ନ କରାଯିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ସୂତ୍ରରୁ ସୂଚନା ମିଳିଛି । ଏଥି ପାଇଁ ଶ୍ରୀବିଗ୍ରହମାନଙ୍କ ଅଧର ଉଚ୍ଚାର ଅଧର ହାଣ୍ଡି ପ୍ରସ୍ତୁତ କରି ରଖାଯାଇଛି । ଆସନ୍ତାକାଲି ସେହି ହାଣ୍ଡିରେ ଅଧରପଣା ପ୍ରସ୍ତୁତ ହୋଇ ତିନି ରଥରେ ୯ଟି ମାଟିପାତ୍ର ସଜ ବସିବ । ସିଂହଦ୍ବାର ସମ୍ମୁଖ ଛାଉଣୀ ମଠ କୂଅରୁ ପାଣିଆ ଆପଟ ସେବକମାନେ ମୁହଁରେ ତୁଣ୍ଡି ବାନ୍ଧି ପାଣି ଆଣିବେ । ପାଣି ଛଣା ହୋଇ ପିତ୍ତଳ ହଣ୍ଡାରେ ରଖାଯିବା ପରେ ସୁପକାର ବା ସୁଆରମାନେ ପଣା ପ୍ରସ୍ତୁତ କରିବେ । ଛାଚି, ସର, କଦଳୀ, ଛେନା, ଗୋଲମରିଚ ଗୁଣ୍ଡ, କର୍ପୁର, ଜାଇଫଳ ଆଦି ମିଶ୍ରଣରେ ଏହି ପଣା ପ୍ରସ୍ତୁତ କରାଯିବ । ପତ୍ରିବଡୁ, ସୁଆରବଡୁ, ଗରାବଡୁ ପାଳିଆ ସେବକ ଏବଂ ପୂଜାପଣ୍ଡା ସେବକ ପଣା ହାଣ୍ଡିକୁ ତିନି ରଥର ପୋଖରିଆ ଉପରେ ପୂଜାର୍ଚ୍ଚନା କରିବା ପରେ ଏହା ଭଙ୍ଗାଯିବ ।

from Kanak News https://ift.tt/2LQFOAg https://ift.tt/2leuAKw
No comments: