କାଶ୍ମୀର ପ୍ରସଙ୍ଗରେ ଆମେରିକା ରାଷ୍ଟ୍ରପତି ଟ୍ରମ୍ପଙ୍କ ବିବାଦୀୟ ମନ୍ତବ୍ୟ । କହିଲେ ମଧ୍ୟସ୍ଥତା କରିବାକୁ ଅନୁରୋଧ କରିଥିଲେ ମୋଦି : କଂଗ୍ରେସର ଦାବି, ଜବାବ ଦିଅନ୍ତୁ ପ୍ରଧାନମନ୍ତ୍ରୀ Kanak News

କନକ ବ୍ୟୁରୋ : କାଶ୍ମୀର ପ୍ରସଙ୍ଗରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମନ୍ତବ୍ୟକୁ ନେଇ ବିବାଦ । ଟ୍ରମ୍ପ କହିଛନ୍ତି ଯେ, କାଶ୍ମୀର ପ୍ରସଙ୍ଗରେ ମଧ୍ୟସ୍ଥତା କରିବାକୁ ତାଙ୍କୁ ପ୍ରଧାନମନ୍ତ୍ରୀ ମୋଦି ଅନୁରୋଧ କରିଥିଲେ । ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ଭେଟିବା ବେଳେ ଟ୍ରମ୍ପ ଏହା କହିଛନ୍ତି । ସେ କହିଛନ୍ତି ଯେ, ପ୍ରାୟ ଦୁଇ ସପ୍ତାହ ତଳେ ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ବୈଠକ ବେଳେ କାଶ୍ମୀର ପ୍ରସଙ୍ଗ ଉଠିଥିଲା, ଆଉ ସେତେବେଳେ ମଧ୍ୟସ୍ଥତା କରିବାକୁ ମୋଦି ପଚାରିଥିବା ଟ୍ରମ୍ପ କହିଛନ୍ତି ।

from Kanak News https://ift.tt/2GosgbQ https://ift.tt/2Zc5X0o
No comments: