
କନକ ବ୍ୟୁରୋ : ସପ୍ତାହେ ଯାଏଁ ବର୍ଷାରୁ ନିସ୍ତାର ନାହିଁ। ଉପକୂଳରୁ ଉପାନ୍ତ ହେଉ ଅଥବା ମାଲକାନଗିରିରୁ ମୟୂରଭଞ୍ଜ। ସବୁଠି ବର୍ଷା ଲାଗି ରହିବ। ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ ପଶ୍ଚିମବଙ୍ଗ ଉପକୂଳରେ ଲଘୁଚାପ ବଳୟ ସୃଷ୍ଟି ହୋଇଥିବା ବେଳେ ୩୧ତାରିଖ ବେଳକୁ ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ପ୍ରଭାବରେ ସାରା ଓଡ଼ିଶାରେ ପ୍ରବଳ ବର୍ଷା ଲାଗି ରହିବ। ଗୋଟିଏ ଦୁଇଟି ସ୍ଥାନରେ ଅତିପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ।
ପରିସ୍ଥିତିକୁ ଦୃଷ୍ଟିରେ ରଖି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଓଡ଼ିଶା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। କେବଳ ୨୯ତାରିଖ ବ୍ୟତୀତ ଜୁଲାଇ ୩୧ତାରିଖ ଯାଏଁ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ ବୋଲି ଆକଳନ କରାଯାଇଛି। ୨୭ତାରିଖ ମଧ୍ୟାହ୍ନ ପର୍ଯ୍ୟନ୍ତ କୋରାପୁଟ, କଳାହାଣ୍ତି, ଢେ଼ଙ୍କାନାଳ, କେନ୍ଦୁଝର, ଦେବଗଡ଼, ସମ୍ବଲପୁର, ଯାଜପୁର ଓ ଭଦ୍ରକରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। ଏହି ସମୟ ମଧ୍ୟରେ ମୟୂରଭଞ୍ଜ, ବାଲେଶ୍ବର, ପୁରୀ, କେନ୍ଦ୍ରାପଡ଼ା, ଜଗତ୍ସି˚ହପୁର, ଖୋର୍ଧା, ଗଞ୍ଜାମ, ସୁନ୍ଦରଗଡ଼, ଅନୁଗୁଳ, ମାଲକାନଗିରି, କଟକ ଓ କନ୍ଧମାଳ ଜିଲ୍ଲାରେ ପ୍ରବଳ ବର୍ଷା ଲାଗି ରହିବ। ୨୭ତାରିଖ ପୂର୍ବାହ୍ନରୁ ୨୯ତାରିଖ ସକାଳ ପର୍ଯ୍ୟନ୍ତ ପଶ୍ଚିମ ଓଡ଼ିଶାର ସମସ୍ତ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ।
ଗୋଟିଏ ଦୁଇଟି ସ୍ଥାନରେ ୧୫୦ମିମିରୁ ଅଧିକ ପରିମାଣର ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି। ତେବେ ଏହାର ୨୪ଘଣ୍ଟା ପର୍ଯ୍ୟନ୍ତ ପାଗରେ କିଛିଟା ପରିବର୍ତନ ଆସିବ। ବର୍ଷା କମିବା ସହ କାଁଭାଁ ଗୋଟିଏ ଦୁଇଟି ସ୍ଥାନରେ ସାମାନ୍ୟରୁ ମଧ୍ୟମଧରଣର ବର୍ଷା ହୋଇପାରେ। ତେବେ ୩୧ ତାରିଖରେ ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ଆଉ ଏକ ଲଘୁଚାପ ବଳୟର ପ୍ରଭାବ ସିଧାସଳଖ ଓଡ଼ିଶା ଉପରେ ପଡ଼ିବ। ଲଘୁଚାପ ସୃଷ୍ଟି ହେବା ପୂର୍ବରୁ ହିଁ ବର୍ଷା ଆରମ୍ଭ ହେବ। ୩୦ ତାରିଖ ଅପରାହ୍ଣଠାରୁ ବାଲେଶ୍ବର, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ସମ୍ବଲପୁର, କୋରାପୁଟ ଓ ନବରଙ୍ଗପୁର ଜିଲ୍ଲାରେ ବର୍ଷା ପରିମାଣ ଅଧିକ ରହିବ। ପରବର୍ତୀ ସମୟରେ ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି।ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପବଳୟ ଯୋଗୁଁ ଆସନ୍ତା ୨୮ତାରିଖ ଯାଏଁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ଯିବା ଲାଗି ବାରଣ କରାଯାଇଛି। ମୌସୁମୀ ଅଧିକ ସକ୍ରିୟ ରହିଥିବାରୁ ସମୁଦ୍ର ଅଶାନ୍ତ ରହିବ। ତେଣୁ ଉପକୂଳ ଓଡ଼ିଶା ସମେତ ଦକ୍ଷିଣ ପଶ୍ଚିମ ଓ ଏହା ସ˚ଲଗ୍ନ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରକୁ ନ ଯିବା ଲାଗି ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ନିର୍ଦେଶକ ଏଚ୍.ଆର୍ ବିଶ୍ବାସ କହିଛନ୍ତି।
from Kanak News https://ift.tt/318coSL https://ift.tt/2S7kKGO
ସପ୍ତାହେ ପର୍ଯ୍ୟନ୍ତ ଲଗାଣ ବର୍ଷାରୁ ରାଜ୍ୟବାସୀଙ୍କୁ ନିସ୍ତାର ନାହିଁ । ଉପକୂଳରୁ ଉପାନ୍ତ ସବୁଠି ଛେଚିବ Kanak News
Reviewed by SUBHENDU BARAL
on
July 26, 2019
Rating:
No comments: