କନକ ବ୍ୟୁରୋ : ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓ ପଶ୍ଚିମ ଓଡ଼ିଶାର କେତେକ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି । ବଲାଙ୍ଗିର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ନବରଙ୍ଗପୁର, ନୟାଗଡ଼ ଓ ଖୋର୍ଧା ଜିଲ୍ଲାରେ ଘଡ଼ଘଡ଼ି ସହ ବଜ୍ରପାତ ହୋଇପାରେ । ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।
ପାଣିପାଗ କେନ୍ଦ୍ର ପକ୍ଷରୁ ଆହୁରି ଆକଳନ କରାଯାଇଛି ଯେ ୧୬ ତାରିଖ ଯାଏଁ ବଡ଼ ବର୍ଷା ହେବାର ନାହିଁ । ଏହାପରେ ବର୍ଷା ବଢ଼ିପାରେ । ତେବେ ୧୪ ତାରିଖରେ ଦକ୍ଷିଣ ଓଡ଼ିଶାର ଅଧିକାଂଶ ସ୍ଥାନ ଓ ଉତ୍ତର ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ହୋଇପାରେ । ୧୫ ତାରିଖ ବେଳକୁ ବର୍ଷା ସାମାନ୍ୟ ବଢ଼ିବ । କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, କନ୍ଧମାଳ, କଳାହାଣ୍ଡି, ଗଞ୍ଜାମ, ନୟାଗଡ଼ ଓ ଖୋର୍ଧା ଜିଲ୍ଲାରେ ବଜ୍ରପାତ ସହ ବର୍ଷା ହେବାର ସମ୍ଭାବନା ଅଧିକ ।
from Kanak News https://ift.tt/2O29uNI https://ift.tt/2TilPi3
୨୪ ଘଣ୍ଟା ମଧ୍ୟରେ ଉପକୂଳ ଓ ପଶ୍ଚିମ ଓଡ଼ିଶାରେ ବର୍ଷା ସମ୍ଭାବନା : ୧୬ ପରେ ରାଜ୍ୟରେ ବଢ଼ିବ ବର୍ଷା Kanak News
Reviewed by SUBHENDU BARAL
on
July 12, 2019
Rating:
No comments: