ଭୁବନେଶ୍ୱର : ଭୁବନେଶ୍ୱର, କଟକ ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ଆଜି ବର୍ଷା ଲାଗି ରହିଛି। ମୌସୁମୀ ପ୍ରବାହ ବୃଦ୍ଧି ସହ ଉଚ୍ଚମାନର ଢେଉ ଯୋଗୁଁ ଆସନ୍ତାକାଲି ପର୍ଯ୍ୟନ୍ତ ସମୁଦ୍ର ଅଶାନ୍ତ ରହିବ।
ଫଳରେ ଧୀବର ମାନଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି। ଆଜି ରାଜ୍ୟର କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ଏବଂ ଅନେକ ଜିଲ୍ଲାରେ ସ୍ୱଳ୍ପ ବର୍ଷା ହେବାର ସମ୍ଭାବନା ଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ତେବେ କାଲିଠୁ ବର୍ଷା କମିବ।
from OTV Khabar. https://ift.tt/2S070gN
ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ; ଆସନ୍ତାକାଲି ପର୍ଯ୍ୟନ୍ତ ସମୁଦ୍ର ଅଶାନ୍ତ ରହିବ Pradesh Pratyush
Reviewed by SUBHENDU BARAL
on
July 05, 2019
Rating:
No comments: