ବର୍ଷା ସହ ବଜ୍ରପାତ ସମ୍ଭାବନା; ସତର୍କ କଲା ପାଣିପାଗ ବିଭାଗ Rajalaxmi Sahoo

ଭୁବନେଶ୍ୱର: ରାଜ୍ୟର କିଛି ସ୍ଥାନରେ ଆଜି ଝଡ଼ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ସକାଳ ୧୦ଟା ପର୍ଯ୍ୟନ୍ତ ସତର୍କ ରହିବାକୁ ୫ଟି ଜିଲ୍ଲାବାସୀଙ୍କୁ ପରାମର୍ଶ ଦିଆଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଲା- ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର ଏବଂ ଜଗତସିଂହପୁର।

ସାରା ରାଜ୍ୟରେ ଏବେ ବର୍ଷା ଲାଗି ରହିଛି। ତେବେ ଆସନ୍ତା ୩ ତାରିଖରୁ ରାଜ୍ୟରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଅଗଷ୍ଟ ୨ ତାରିଖରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବ। ଏହାର ପ୍ରଭାବରେ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ।

ଆହୁରି ମଧ୍ୟ ପଢ଼ନ୍ତୁ: ଅଗଷ୍ଟ ୩ରୁ ରାଜ୍ୟରେ ପ୍ରବଳ ବର୍ଷା



from OTV Khabar. https://ift.tt/2MqqKtv
ବର୍ଷା ସହ ବଜ୍ରପାତ ସମ୍ଭାବନା; ସତର୍କ କଲା ପାଣିପାଗ ବିଭାଗ Rajalaxmi Sahoo ବର୍ଷା ସହ ବଜ୍ରପାତ ସମ୍ଭାବନା; ସତର୍କ କଲା ପାଣିପାଗ ବିଭାଗ Rajalaxmi Sahoo Reviewed by SUBHENDU BARAL on July 31, 2019 Rating: 5

No comments:

Powered by Blogger.