
କନକ ବ୍ୟୁରୋ : ଶୁକ୍ରବାର ଭୁବନେଶ୍ବର ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଥିଲା ପ୍ରାୟ ସପ୍ତାହକ ଯାଏଁ ସାରା ରାଜ୍ୟରେ ବଡ଼ ବର୍ଷା ନାହିଁ। ଉତ୍ତର, ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ କାଁ ଭାଁ ବର୍ଷା ହୋଇପାରେ। ହେଲେ ପୁଣି ପୂର୍ବାନୁମାନ କରିଛି ଅଗଷ୍ଟ ୧୮ ଓ ୧୯ତାରିଖରେ ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ଅଛି। ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ଯେ, ପଶ୍ଚିମବଙ୍ଗ ଏବଂ ବାଂଲାଦେଶ ସଂଲଗ୍ନ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଥିବାରୁ ଏହା ପ୍ରଭାବରେ ପଶ୍ଚିମବଙ୍ଗ ଏବଂ ଏହା ନିକଟବର୍ତ୍ତୀ ଅଞ୍ଚଳରେ ଆସନ୍ତା ୨୪ଘଣ୍ଟା ମଧ୍ୟରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଅଛି।
ଯାହା ପ୍ରଭାବରେ ରବିବାର ଓ ସୋମବାର ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହେବ। ହେଲେ ଅଧିକାଂଶ ସ୍ଥାନରେ ରବିବାର ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। ଯାଜପୁର, କଟକ, ଢେଙ୍କାନାଳ, ସୁନ୍ଦରଗଡ଼, କେନ୍ଦ୍ରାପଡ଼ା, ନୟାଗଡ଼, ଅନୁଗୁଳ, ଖୋର୍ଦ୍ଧା, ଜଗତସିଂହପୁର, ପୁରୀ, ଗଜପତି, ଗଞ୍ଜାମ, ମାଲକାନଗିରି, କୋରାପୁଟ, ରାୟଗଡ଼ା ଆଦି ସ୍ଥାନରେ ରବିବାର ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ସେହିପରି ରବିବାର ଓ ସୋମବାର କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ବରଗଡ଼, ଝାରସୁଗୁଡ଼ା, ବାଲେଶ୍ବର, ମୟୂରଭଞ୍ଜ, ବୌଦ୍ଧ, ସୋନପୁର, ବଲାଙ୍ଗୀର, ନୂଆପଡ଼ା, କନ୍ଧମାଳ ଓ ସମ୍ବଲପୁର ଆଦି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। ସେହିପରି ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସଜୀବୀମାନଙ୍କୁ ସମୁଦ୍ର ଭିତରକୁ ନଯିବାକୁ ସତର୍କ କରାଯାଇଛି।
from Kanak News https://ift.tt/2Zcg6Jk https://ift.tt/2ZomI8y
ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ! ରାଜ୍ୟରେ ୨ ଦିନ ଧରି ଲାଗି ରହିବ ବର୍ଷା Kanak News
Reviewed by SUBHENDU BARAL
on
August 17, 2019
Rating:
No comments: