ପୁଣି ଲଘୁଚାପ । ୪ ଦିନ ଧରି ପ୍ରବଳ ବର୍ଷିବ, ଜାଣନ୍ତୁ କେଉଁ ଜିଲ୍ଲାରେ ଅଧିକ ବର୍ଷା ହେବ Kanak News

କନକ ବ୍ୟୁରୋ :  ଆସନ୍ତା ୧୨ ତାରିଖ ବେଳକୁ ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଆଉ ଏକ ଲଘୁଚାପ ବଳୟ ସୃଷ୍ଟି ହେବ। ପ୍ରଭାବରେ ୪ ଦିନ ଧରି ଉପକୂଳ ଓ ଉତ୍ତର ଓଡ଼ିଶାରେ ବର୍ଷା ଲାଗିରହିବ। ସ୍ଥାନେ ସ୍ଥାନେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ମୌସୁମୀ ସକ୍ରିୟ ହେବାକୁ ଥିବାରୁ ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ। ସୂଚନା ଅନୁଯାୟୀ, ଲଘୁଚାପ ଯୋଗୁଁ ଉପକୂଳ ଓଡ଼ିଶାରେ ଅଧିକ ବର୍ଷା ହେବ। ୧୨ରୁ ୧୪ ତାରିଖ ପର୍ଯ୍ୟନ୍ତ କେନ୍ଦ୍ରାପଡ଼ା, ଜଗତ୍ସିଂହପୁର, ଖୋର୍ଧା, ପୁରୀ, ନୟାଗଡ଼, କଟକ, ଯାଜପୁର, ମୟୂରଭଞ୍ଜ, ଦେବଗଡ଼, ସମ୍ବଲପୁର, ଅନୁଗୁଳ, ଢେଙ୍କାନାଳ, ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ କେନ୍ଦୁଝର ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। ଗୋଟିଏ ଦୁଇଟି ସ୍ଥାନରେ ୧୦୦ ମିମିରୁ ଅଧିକ ବର୍ଷା ହେବାର ଆଶଙ୍କା ରହିଛି।
ତେବେ ଏହି ସମୟ ମଧ୍ୟରେ ପବନର ବେଗ ଅଧିକ ରହିବନି। ସମୁଦ୍ର ଅଶାନ୍ତ ରହିବ କି ନାହିଁ ସେନେଇ ପାଣିପାଗ ବିଭାଗ ଏ ପର୍ଯ୍ୟନ୍ତ ସ୍ପଷ୍ଟ କରି ନାହିଁ। ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି ଯେ ପୂର୍ବରୁ ସୃଷ୍ଟି ହୋଇଥିବା ଅବପାତ ପଶ୍ଚିମ ଦିଗରେ ଗତି କରି ଗୁଜରାଟ ମୁହାଁ ହୋଇଛି। ଫଳରେ ଆସନ୍ତା ୧୧ ତାରିଖ ପର୍ଯ୍ୟନ୍ତ ଓଡ଼ିଶାରେ ବିଶେଷ ବର୍ଷା ନାହିଁ। ଅଳ୍ପ କିଛି ସ୍ଥାନରେ ସ୍ବଳ୍ପ ବର୍ଷା ହୋଇପାରେ। ତେବେ ୧୧ ତାରିଖରେ ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ ଓଡ଼ିଶା ସମେତ ପୂର୍ବ ଭାରତରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ଯାହାକି ଉତ୍ତର ପଶ୍ଚିମ ଦିଗରେ ଅବସ୍ଥିତ ରହିବ।
ଓଡ଼ିଶା, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର ଓ ଉତ୍ତର ପ୍ରଦେଶ ଉପରେ ଅବସ୍ଥିତ ରହିବ। ଏହାଦ୍ବାରା ୧୨ ତାରିଖଠାରୁ ପାଗରେ ପରିବର୍ତନ ଆସିବ। ଉପକୂଳବର୍ତୀ ଅଞ୍ଚଳରେ ୧୨ରୁ ୧୪ ତାରିଖ ପର୍ଯ୍ୟନ୍ତ ବର୍ଷା ହେବ। ୧୨ରୁ ୧୫ ତାରିଖ ଯାଏ ପଶ୍ଚିମ ଓଡ଼ିଶାରେ ବର୍ଷା ହେବାର ସମ୍ଭାବନା ରହିଛି। ଅନୁମାନ କରାଯାଉଛି ଯେ ନିକଟରେ ହୋଇଥିବା ଅବପାତ ପରି ଏହା ଅଧିକ ଘନୀଭୂତ ହେବାର ସମ୍ଭାବନା କମ୍। ଉତ୍ତର ଓଡ଼ିଶାରେ ଅଧିକ ବର୍ଷା ହେବାକୁ ଥିବା ବେଳେ ଦକ୍ଷିଣ ଓଡ଼ିଶାରେ ଅପେକ୍ଷାକୃତ କମ୍ ବର୍ଷା ହେବ। ତେବେ ୧୬ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ୯୦ରୁ ୧୦୦ ମିମି ବର୍ଷା ହୋଇପାରେ। 


from Kanak News https://ift.tt/2TjArLG https://ift.tt/2yzJRJj
ପୁଣି ଲଘୁଚାପ । ୪ ଦିନ ଧରି ପ୍ରବଳ ବର୍ଷିବ, ଜାଣନ୍ତୁ କେଉଁ ଜିଲ୍ଲାରେ ଅଧିକ ବର୍ଷା ହେବ Kanak News ପୁଣି ଲଘୁଚାପ । ୪ ଦିନ ଧରି ପ୍ରବଳ ବର୍ଷିବ, ଜାଣନ୍ତୁ କେଉଁ ଜିଲ୍ଲାରେ ଅଧିକ ବର୍ଷା ହେବ Kanak News Reviewed by SUBHENDU BARAL on August 09, 2019 Rating: 5

No comments:

Powered by Blogger.