ଆଜିଠାରୁ ୪ ଦିନ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା : ଜୁନ୍-ଜୁଲାଇର ନିଅଣ୍ଟିଆ ବର୍ଷାର ଭରଣା ହେବ Kanak News

କନକ ବ୍ୟୁରୋ : ଉତ୍ତର ପଶ୍ଚିମ ବଙ୍ଗୋପସାଗର ଏବଂ ଏହା ସଂଲଗ୍ନ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆଉ ୩୬ଘଣ୍ଟା ଭିତରେ ଲଘୁଚାପର ରୂପ ନେବ । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ରବିବାରଠାରୁ ବର୍ଷା ଆରମ୍ଭ ହେବ । ୧୧ରୁ ୧୪ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି ବୋଲି ଭୁବନେଶ୍ବର ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି ।

ପାଣିପାଗ କେନ୍ଦ୍ର ସୂଚନା ଅନୁଯାୟୀ, ଲଘୁଚାପ ପ୍ରଭାବରେ ରବିବାର ଉତ୍ତର, ଉପକୂଳ ଓ ପଶ୍ଚିମ ଓଡ଼ିଶାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବ । କିନ୍ତୁ ସୋମବାର ଓ ମଙ୍ଗଳବାର ବର୍ଷାର ପରିମାଣ ବଢ଼ିବ । ପଶ୍ଚିମ ଓଡ଼ିଶାରେ ତଥା ହୀରାକୁଦର ଉପରମୁଣ୍ଡରେ ପ୍ରବଳ ବର୍ଷା ହେବାକୁ ଥିବାରୁ ମହାନଦୀ ସମେତ ବିଭିନ୍ନ ନଦୀରେ ଜଳସ୍ତର ବୃଦ୍ଧି ପାଇବ । ଉତ୍ତର ଓଡ଼ିଶାରେ ଲଗାତର ତିନିଦିନ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଏଠାରେ ସଙ୍ଗିନ ସ୍ଥିତି ଉପୁଜିପାରେ । ଅଗଷ୍ଟ ୧୫ରୁ ରାଜ୍ୟରେ ବର୍ଷାର ପରିମାଣ କମିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ପାଣିପାଗ କେନ୍ଦ୍ର ସୂଚନା ଅନୁଯାୟୀ, ‌ରବିବାର ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ବରଗଡ଼, ବଲାଙ୍ଗୀର, କଳାହାଣ୍ଡି, ସମ୍ବଲପୁର, ଦେବଗଡ଼ ଓ ନୂଆପଡ଼ାରେ ପ୍ରବଳ ବର୍ଷା ହେବ । ସୋମବାର ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ବଲାଙ୍ଗୀର, ସୋନପୁର, ସମ୍ବଲପୁର, ଝାରସୁଗୁଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ବର, କଟକ, ଢେଙ୍କାନାଳ, ଅନୁଗୁଳ, ନୟାଗଡ଼, ଖୋର୍ଦ୍ଧାରେ ବର୍ଷା ହେବାକୁ ଥିବାବେଳେ ମଙ୍ଗଳବାର କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ବୌଦ୍ଧ, ନବରଙ୍ଗପୁର, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ବଲାଙ୍ଗୀର, କଟକ, ଢେଙ୍କାନାଳ, ଅନୁଗୁଳରେ ବର୍ଷା ହେବ । ବୁଧବାର ଉତ୍ତର ଓଡ଼ିଶାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ।



from Kanak News https://ift.tt/2YUSlcH https://ift.tt/2YM19mh

ଆଜିଠାରୁ ୪ ଦିନ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା : ଜୁନ୍-ଜୁଲାଇର ନିଅଣ୍ଟିଆ ବର୍ଷାର ଭରଣା ହେବ Kanak News ଆଜିଠାରୁ ୪ ଦିନ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା : ଜୁନ୍-ଜୁଲାଇର ନିଅଣ୍ଟିଆ ବର୍ଷାର ଭରଣା ହେବ Kanak News Reviewed by SUBHENDU BARAL on August 10, 2019 Rating: 5

No comments:

Powered by Blogger.