ଆଜିଠୁ ବଢିବ ବର୍ଷା! ଲଗାତର ୩ଦିନ ଧରି ଲାଗି ରହିବ ବର୍ଷା, ଏହିସବୁ ଜିଲ୍ଲାରେ ପ୍ରବଳ ବର୍ଷା ସାଙ୍ଗକୁ ବଜ୍ରପାତ ଆଶଙ୍କା Kanak News

କନକ ବ୍ୟୁରୋ: ଓଡ଼ିଶା ଉପରେ ରହିଥିବା ଏକ ଲଘୁଚାପ ବଳୟ ପ୍ରଭାବରେ ଆଜିଠାରୁ ରାଜ୍ୟରେ ବର୍ଷା ବଢ଼ିବ। ଲଗାତାର ତିନି ଦିନ ଧରି ମଧ୍ୟମ ଧରଣରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସ୍ଥାନେ ସ୍ଥାନେ ଅତିପ୍ରବଳ ବର୍ଷା ହୋଇପାରେ। ବିଶେଷକରି ଦକ୍ଷିଣ ଓଡ଼ିଶାରେ ବର୍ଷା ପରିମାଣ ଅଧିକ ରହିବ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ଆହୁରି କୁହାଯାଇଛି ଯେ ଆଜିଠାରୁ କୋରାପୁଟ, ନବରଙ୍ଗପୁର ଓ କଳାହାଣ୍ଡି ଜିଲ୍ଲାରେ ପ୍ରବଳ ବର୍ଷା ହେବ। ଗୋଟିଏ ଦୁଇଟି ସ୍ଥାନରେ ୫୦ ମିମିରୁ ଅଧିକ ପରିମାଣର ବର୍ଷା ହୋଇପାରେ। ଏହି ସମୟ ମଧ୍ୟରେ କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଞ୍ଜାମ, ଗଜପତି, ନୟାଗଡ଼, ପୁରୀ, ଖୋର୍ଧା, କଟକ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ ଓ ସୁନ୍ଦରଗଡ଼ରେ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି।
ତେବେ ୨୨ ତାରିଖଠାରୁ ବର୍ଷା ପରିମାଣ ବଢ଼ିବ। ଦକ୍ଷିଣ ଓଡ଼ିଶାର ଅଧିକାଂଶ ଜିଲ୍ଲା ପ୍ରଭାବିତ ହେବାର ଆଶଙ୍କା ରହିଛି। ବିଶେଷକରି ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, ବଲାଙ୍ଗିର, ନୂଆପଡ଼ା ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଅଧିକ ରହିଛି। ଏହାବ୍ୟତୀତ ଉପକୂଳ ଓ ଉତ୍ତର ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ।
୨୩ ତାରିଖରେ ବର୍ଷା ପରିମାଣ କମିବାକୁ ଥିଲେ ମଧ୍ୟ ଦକ୍ଷିଣ ଓଡ଼ିଶାରେ ବର୍ଷା ଲାଗି ରହିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଅନ୍ୟପକ୍ଷରେ ଲାଗି ରହିଥିବା ବର୍ଷା ସାମାନ୍ୟ କମିଛି, ଯେଉଁଥିପାଇଁ ବିପଦ ସଂକେତ ଉପରେ ପ୍ରବାହିତ ହେଉଥିବା ବୈତରଣୀର ଜଳସ୍ତର ହ୍ରାସ ପାଇଛି। ଆଖୁଆପଦାଠାରେ ବିପଦ ସଂକେତ ତଳେ ପ୍ରବାହିତ ହେଉଛି ବୈତରଣୀ। ଜଳକା ନଦୀର ଜଳସ୍ତର କମିଥିଲେ ମଧ୍ୟ ଆଜି ସକାଳେ ବିପଦ ସଂକେତ ଉପରେ ରହିଥିଲା। ଅନ୍ୟ ସମସ୍ତ ନଦୀର ଜଳସ୍ତର କମୁଥିବା ନେଇ ସ୍ବତନ୍ତ୍ର ରିଲିଫ୍ କମିସନରଙ୍କ କର୍ୟ୍ୟାଳୟ ପକ୍ଷରୁ ସୂଚନା ମିଳିଛି।
from Kanak News https://ift.tt/2Ze2LEB https://ift.tt/2YulYy0
No comments: