
କନକ ବ୍ୟୁରୋ : ଓଡିଶା ପ୍ରଶାସନିକ ଟ୍ରିବ୍ୟୁନାଲ(ସ୍ୟାଟ୍) ଉଚ୍ଛେଦ ନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ଗେଜେଟ ନୋଟିଫିକେସନ୍ ପ୍ରକାଶ ପାଇଛି। ପର୍ସୋନେଲ୍, ପବ୍ଲିକ୍ ଗ୍ରିଭାନ୍ସେସ୍ ଆଣ୍ଡ୍ ପେନସନ୍ ମନ୍ତ୍ରଣାଳୟ ପକ୍ଷରୁ ସ୍ୟାଟ୍ ଉଚ୍ଛେଦ ନେଇ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ବିଜ୍ଞପ୍ତିରେ ଉଲ୍ଲେଖ କରାଯାଇଛି ଯେ ୧୯୮୬, ଜୁଲାଇ ୪ରେ ଓଡ଼ିଶା ପ୍ରଶାସନିକ ଟ୍ରିବ୍ୟୁନାଲ ପ୍ରତିଷ୍ଠା ନେଇ ପ୍ରକାଶିତ ବିଜ୍ଞପ୍ତିକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ରଦ୍ଦ କରାଯାଇଛି। ଓଡ଼ିଶା ସରକାର ସ୍ୟାଟ୍ ଉଚ୍ଛେଦ ପାଇଁ କେନ୍ଦ୍ର ସରକାରଙ୍କୁ ଅନୁରୋଧ କରିଥିଲେ।

ସୂଚନା ଯୋଗ୍ୟ ଯେ ୧୯୮୬, ଜୁଲାଇ ୧୪ରେ ଓଡିଶା ପ୍ରଶାସନିକ ଟ୍ରିବ୍ୟୁନାଲ ପ୍ରତିଷ୍ଠା ହୋଇଥିଲା। ୨୦୧୪, ଫେବ୍ରୁଆରି ୧୮ରେ ଟ୍ରିବୁନାଲରେ ଅଧ୍ୟକ୍ଷଙ୍କୁ ମିଶାଇ ମୋଟ ୮ ଜଣ ସଦସ୍ୟ ପଦ ରହିବା ସ˚ପର୍କରେ ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଭୁବନେଶ୍ବର ପ୍ରମୁଖ ବେଞ୍ଚ ରହିଥିବା ବେଳେ କଟକ ବେଞ୍ଚ୍ ସହିତ ସମ୍ବଲପୁର ଓ ବ୍ରହ୍ମପୁର ସର୍କିଟ ବେଞ୍ଚ ପ୍ରତିଷ୍ଠା କରାଯାଇଥିଲା। କିନ୍ତୁ ପରବର୍ତ୍ତୀ ସମୟରେ ୨୦୧୫, ସେପ୍ଟେମ୍ବର ୯ରେ ସ୍ୟାଟ୍ ଉଚ୍ଛେଦ ପାଇଁ ରାଜ୍ୟ କ୍ୟାବିନେଟ ନିଷ୍ପତ୍ତି ଗ୍ରହଣ କରିଥିଲା।
ଏହି ନିଷ୍ପତ୍ତିକୁ କେତେକ ବିରୋଧ କରିଥିବା ବେଳେ ସରକାର ଏଥିରେ କୌଣସି ପରିବର୍ତ୍ତନ କରି ନଥିଲେ। କେନ୍ଦ୍ର ସରକାରଙ୍କୁ ଏ ନେଇ ଅନୁରୋଧ କରାଯାଇଥିବା ବେଳେ ହାଇକୋର୍ଟ ସ୍ୟାଟ୍ ଉଚ୍ଛେଦ ନେଇ ରହିଥିବା ପ୍ରସ୍ତାବକୁ ଅନୁମୋଦନ କରିଥିଲେ।
from Kanak News https://ift.tt/33g5ZGC https://ift.tt/2MHBYdh
No comments: