ମହଙ୍ଗା ପଡିଲା କୋର୍ଟଙ୍କ ଆଦେଶ ଉଲ୍ଲଂଘନ ! କାର୍ଯ୍ୟରତ ଜିଲ୍ଲାପାଳଙ୍କୁ ନିଲମ୍ବନ ଆଦେଶ ଦେଲେ କୋର୍ଟ Kanak News

କନକ ବ୍ୟୁରୋ : ଝାରସୁଗୁଡା ଜିଲ୍ଲାପାଳଙ୍କୁ ନିଲମ୍ବନ ପାଇଁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ହାଇକୋର୍ଟଙ୍କ ନିର୍ଦ୍ଦେଶ ଉଲ୍ଲଂଘନ ଅଭିଯୋଗର ଶୁଣାଣି କରି ଆଜି ବିଚାରପତି ଜଷ୍ଟିସ କେ.ଏସ. ଜାଭେରୀ ଓ ଜଷ୍ଟିସ କେ.ଆର୍. ମହାପାତ୍ରଙ୍କୁ ନେଇ ଗଠିତ ଖଣ୍ଡପୀଠ ଏଭଳି ନିର୍ଦ୍ଦେଶ ଦେଇଛନ୍ତି। ହାଇକୋର୍ଟଙ୍କ ୨୦୧୯, ମାର୍ଚ୍ଚ ୧୯ର ଅନ୍ତରୀଣ ନିର୍ଦ୍ଦେଶ ଉଲ୍ଲଂଘନ ସ୍ପଷ୍ଟ ହେବା ପରେ ଜିଲ୍ଲାପାଳଙ୍କୁ ନିଲମ୍ବନ ପାଇଁ ପଦକ୍ଷେପ ନେବାକୁ ସରକାରଙ୍କୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। କେ.ବି. ପଟ୍ଟନାୟକଙ୍କ ପକ୍ଷରୁ ଦାୟର ମାମଲାର ଶୁଣାଣି କରି ଖଣ୍ଡପୀଠ ଏପରି ନିର୍ଦ୍ଦେଶ ଦେଇଛନ୍ତି। ମାମଲାର ପରବର୍ତ୍ତୀ ଶୁଣାଣି ଅଗଷ୍ଟ ୨୭ରେ କରାଯିବା ପାଇଁ ଧାର୍ଯ୍ୟ କରାଯାଇଛି।

ମାମଲାର ବିବରଣୀରୁ ପ୍ରକାଶ ଯେ ଆବେଦନକାରୀଙ୍କୁ ମଦ ଦୋକାନ ପାଇଁ ଲାଇସେନ୍ସ ମଞ୍ଜୁର ହୋଇଥିବା ବେଳେ ସ୍ଥାନୀୟ ବାସିନ୍ଦାଙ୍କ ବିରୋଧ ଯୋଗୁ ଦୋକାନ ଖୋଲି ପାରି ନଥିଲେ। ଦୋକାନ ଖୋଲି ନଥିବା ଅବଧି ପାଇଁ ତାଙ୍କ ନିକଟରୁ କିନ୍ତୁ ଅବକାରୀ ବିଭାଗ ଦେୟ ଦାବି କରିଥିଲା। ଅବକାରୀ ବିଭାଗର ଏପରି ପଦକ୍ଷେପକୁ ଚାଲେଞ୍ଜ କରି ଆବେଦନକାରୀ ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ। ୨୦୧୯, ମାର୍ଚ୍ଚ ୧୯ରେ ହାଇକୋର୍ଟ ମାମଲାର ଶୁଣାଣି କରି ସରକାରଙ୍କୁ ନୋଟିସ ଜାରି କରିବା ସହିତ ଆବେଦନକାରୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ ଉପରେ ଅନ୍ତରୀଣ ଅଙ୍କୁଶ ଜାରି କରିଥିଲେ।

ଏହା ପରେ ଆବେଦନକାରୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ସହିତ ତାଙ୍କ ଲାଇସେନ୍ସ ବାତିଲ ପାଇଁ ପଦକ୍ଷେପ ନିଆଯାଇଥିଲା। ହାଇକୋର୍ଟଙ୍କ ପୂର୍ବ ନିର୍ଦ୍ଦେଶ ଉଲ୍ଲଂଘନ କରି ଝାରସୁଗୁଡା ଜିଲ୍ଲାପାଳ ୨୦୧୯, ଏପ୍ରିଲ ୨୫ରେ ସାନି ନିର୍ଦ୍ଦେଶନାମା ଜାରି କରିଥିଲେ ଦର୍ଶାଇ ଆବେଦନକାରୀ ପୁଣି ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ। ଜୁଲାଇ ୩୦ରେ ମାମଲାର ଶୁଣାଣି କରି ହାଇକୋର୍ଟ ଜିଲ୍ଲାପାଳଙ୍କ ଏପ୍ରିଲ ୨୫ ନିର୍ଦ୍ଦେଶନାମା ଉପରେ ରହିତାଦେଶ ଜାରି କରିବା ସହିତ ଅଗଷ୍ଟ ୧୩ରେ ପରବର୍ତ୍ତୀ ଶୁଣାଣି ସମୟରେ ଜିଲ୍ଲାପାଳଙ୍କୁ ବ୍ୟକ୍ତିଗତ ଭାବେ ହାଜର ହେବା ପାଇଁ ନିର୍ଦ୍ଦେଶ ଦେଇଥିଲେ।



from Kanak News https://ift.tt/2MfTLZC https://ift.tt/2yZFqrm

ମହଙ୍ଗା ପଡିଲା କୋର୍ଟଙ୍କ ଆଦେଶ ଉଲ୍ଲଂଘନ ! କାର୍ଯ୍ୟରତ ଜିଲ୍ଲାପାଳଙ୍କୁ ନିଲମ୍ବନ ଆଦେଶ ଦେଲେ କୋର୍ଟ Kanak News ମହଙ୍ଗା ପଡିଲା କୋର୍ଟଙ୍କ ଆଦେଶ ଉଲ୍ଲଂଘନ ! କାର୍ଯ୍ୟରତ ଜିଲ୍ଲାପାଳଙ୍କୁ ନିଲମ୍ବନ ଆଦେଶ ଦେଲେ କୋର୍ଟ Kanak News Reviewed by SUBHENDU BARAL on August 13, 2019 Rating: 5

No comments:

Powered by Blogger.