ମହାନଦୀରେ ଆସିପାରେ ବନ୍ୟା; ୧୩ଟି ଜିଲ୍ଲାକୁ ସତର୍କ ସୂଚନା OTV KHABAR BUREAU

ଭୁବନେଶ୍ୱର: ମହାନଦୀରେ ମଧ୍ୟମ ଧରଣର ବନ୍ୟା ଆସୁଥିବାର ସତର୍କ ସୂଚନା ମିଳିଛି। ତଳମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ମହାନଦୀ ଓ ଏହାର ଶାଖା ନଦୀରେ ବନ୍ୟା ଆଶଙ୍କା ଦେଖାଦେଇଛି।

ଆସନ୍ତାକାଲି ସକାଳ ୬ଟାରୁ ୧୦ଟା ଭିତରେ ମୁଣ୍ଡୁଳିଠାରେ ୧୧.୫ ଲକ୍ଷ କ୍ୟୁସେକ୍ ବନ୍ୟାଜଳ ପ୍ରବାହିତ ହେବାର ସମ୍ଭାବନା ରହିଛି ବୋଲି ଜଳସମ୍ପଦ ବିଭାଗ ପକ୍ଷରୁ କୁହାଯାଇଛି। ମହାନଦୀ ଓ ଏହାର ଶାଖା ନଦୀରେ ମଧ୍ୟମ ଧରଣ ବନ୍ୟା ହେବାର ଆଶଙ୍କା ଥିବାରୁ ଏହାର ମୁକାବିଲା ପାଇଁ ପ୍ରଭାବିତ ହେବାକୁ ଥିବା ଜିଲ୍ଲାଗୁଡ଼ିକର ଜିଲ୍ଲାପାଳମାନଙ୍କୁ ସତର୍କ ରହିବାକୁ ବିଭାଗ ପରାମର୍ଶ ଦେଇଛି।

ଏନେଇ ସ୍ୱତନ୍ତ୍ର ରିଲିଫ କମିଶନର ବିଷ୍ଣୁପଦ ସେଠୀ ଜିଲ୍ଲାପାଳମାନଙ୍କୁ ଚିଠି ଲେଖିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ବର୍ଷା ଓ ବନ୍ୟା ସ୍ଥିତିର ସମୀକ୍ଷା କରିବା ସହ ସମ୍ଭାବ୍ୟ ସ୍ଥିତି ନେଇ ପ୍ରଭାବିତ ହେବାକୁ ଥିବା ୧୩ଟି ଜିଲ୍ଲାର ଜିଲ୍ଲାପାଳଙ୍କ ସହ ଭିଡିଓ କନ୍‌ଫରେନ୍ସିଂ ଯୋଗେ ଆଲୋଚନା କରିଛନ୍ତି।

ପ୍ରଭାବିତ ହେବାକୁ ଥିବା ଜିଲ୍ଲାଗୁଡ଼ିକ ହେଲା ବଲାଙ୍ଗିର, ବୌଦ୍ଧ, କଳାହାଣ୍ଡି, ସୁବର୍ଣ୍ଣପୁର, ନୟାଗଡ, ଖୋର୍ଦ୍ଧା, କଟକ, ଅନୁଗୁଳ, ପୁରୀ, ଜଗତ୍ସିଂହପୁର, କେନ୍ଦ୍ରାପଡ଼ା ଓ ଯାଜପୁର। ସମ୍ଭାବ୍ୟ ବନ୍ୟା ସ୍ଥିତିକୁ ଦେଖି ନଦୀକୂଳରେ ପାଟ୍ରୋଲିଂ ବ୍ୟବସ୍ଥା ବଢ଼ାଇବାକୁ ମଧ୍ୟ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

 



from OTV Khabar. https://ift.tt/2yZ15jr
ମହାନଦୀରେ ଆସିପାରେ ବନ୍ୟା; ୧୩ଟି ଜିଲ୍ଲାକୁ ସତର୍କ ସୂଚନା OTV KHABAR BUREAU ମହାନଦୀରେ ଆସିପାରେ ବନ୍ୟା; ୧୩ଟି ଜିଲ୍ଲାକୁ ସତର୍କ ସୂଚନା OTV KHABAR BUREAU Reviewed by SUBHENDU BARAL on August 13, 2019 Rating: 5

No comments:

Powered by Blogger.