ଭୁବନେଶ୍ୱର: ଦକ୍ଷିଣ ପୂର୍ବ ଉତ୍ତରପ୍ରଦେଶ ଓ ଏହାର ଆଖପାଖ ଅଞ୍ଚଳରେ ଲଘୁଚାପ ସୃଷ୍ଟି ହୋଇଛି। ଏହାର ଟ୍ରପ୍ ଲାଇନ ଦୀଘା ଦେଇ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ପର୍ଯ୍ୟନ୍ତ ଲମ୍ବିଛି। ସେହିପରି ଅନ୍ୟ ଏକ ଟ୍ରପ୍ ଲାଇନ୍ ଓଡ଼ିଶା ଦେଇ ଉପକୂଳବର୍ତ୍ତୀ ଆନ୍ଧ୍ରପ୍ରଦେଶ ପର୍ଯ୍ୟନ୍ତ ଲମ୍ବିଛି। ଏହାର ପ୍ରଭାବରେ ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳମାତ୍ରାରେ ବର୍ଷା ହେବାର ହୋଇପାରେ। ଏହି ଜିଲ୍ଲା ଗୁଡ଼ିକ ହେଲା- କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି ଓ ନୂଆପଡ଼ା। ସେହିପରି ମାଲକାନଗିରି, ରାୟଗଡ଼ା, କନ୍ଧମାଳ ଓ ବଲାଙ୍ଗିରରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହ ରାଜ୍ୟର କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ମଧ୍ୟ ବର୍ଷା ହୋଇପାରେ।
ସେହିପରି ଆଜି କିଛି ଜିଲ୍ଲାରେ ଝଡ଼ତୋଫାନ, ବଜ୍ରପାତ ଓ ବର୍ଷାକୁ ନେଇ ମଧ୍ୟ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଲା- ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର ଓ ବୌଦ୍ଧ।
ଅନ୍ୟପକ୍ଷରେ ଆସନ୍ତା ୩-୪ ଦିନ ପର୍ଯ୍ୟନ୍ତ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଲା- ନବରଙ୍ଗପୁର, କଳାହାଣ୍ଡି,ବରଗଡ଼, ନୂଆପଡ଼ା।
ଗତ ୨୪ ଘଣ୍ଟା ମଧ୍ୟରେ ମାଲକାନଗିରିରେ ସର୍ବାଧିକ ୧୬୫ ମିଲିମିଟର ବର୍ଷା ରେକର୍ଡ କରାଯାଇଛି।
from OTV Khabar. https://ift.tt/2NqnI8P
No comments: