ଲଘୁଚାପ ପ୍ରଭାବରେ ୮ ଯାଏଁ ପ୍ରବଳ ବର୍ଷା : ୪ ଜିଲ୍ଲା ପାଇଁ ରେଡ୍ ୱାର୍ଣ୍ଣିଂ ଜାରି, ସତର୍କ ରହିବାକୁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ
ଭୁବନେଶ୍ବର ୬।୯: ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରେ ସୃଷ୍ଟ ଲଘୁଚାପ ଯୋଗୁଁ ରାଜ୍ୟରେ ୮ ତାରିଖ ଯାଏ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ୪ ଜିଲ୍ଲା ପାଇଁ ରେଡ୍ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ। ଏହା ସହିତ ୬ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଆଲର୍ଟ କରାଯାଇଥିବା ଜିଲ୍ଲାଗୁଡ଼ିକରେ ଭୁସ୍ଖଳନ ଓ ବନ୍ୟା ସ୍ଥିତି ଉପୁଜିବା ଆଶଙ୍କା ରହିଛି।
ଏହା ସହିତ ସମ୍ଭାବ୍ୟ ବନ୍ୟାର ମୁକାବିଲା ପାଇଁ ଆବଶ୍ୟକ ପଦକ୍ଷେପ ନେବାକୁ ସଂପୃକ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ୪ ଜିଲ୍ଲା ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର ଜିଲ୍ଲା ପାଇଁ ରେଡ୍ ୱାର୍ଣ୍ଣିଂଜାରି କରାଯାଇଛି। ସେହି ଭଳି ୬ଟି ଜିଲ୍ଲା ଗଜପତି, ପୁରୀ, କୋରାପୁଟ, ବଲାଙ୍ଗିର, ରାୟଗଡ଼ା, ନୂଆପଡ଼ାକୁ ଅରେଞ୍ଜ ଆର୍ଣ୍ଣିଂ ଜାରି କରାଯାଇଛି। ସମ୍ଭାବ୍ୟ ବନ୍ୟା ପରିସ୍ଥିତିର ମୁକାବିଲା ପାଇଁ ଆବଶ୍ୟକ ପଦକ୍ଷେପ ନେବା, ଲୋକଙ୍କୁ ସୁରକ୍ଷିତ ସ୍ଥାନାନ୍ତର ପାଇଁ ପୂର୍ବ ପ୍ରସ୍ତୁତି କରିବାକୁ ନିର୍ଦ୍ଦେଶ ଦିଆଯାଇଛି।
ରନ୍ଧା ଖାଦ୍ୟ, ପାନୀୟ, ଆଲୋକ ଓ ସ୍ଵାସ୍ଥ୍ୟସେବା ସୁନିଶ୍ଚିତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହା ସହିତ ଭୂସ୍ଖଳନ ଆଶଙ୍କା ଥିବା ରାସ୍ତାରେ ବିକଳ୍ପ ଗମନାଗମନ ସୁବିଧା କରିବା ଓ ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନ ଆଶଙ୍କା ଥିବାରୁ ସଜାଗ ରହିବାକୁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି।
from Prameya News7 https://ift.tt/2zX3g7H
No comments: