ସକ୍ରିୟ ହେଲା ବଙ୍ଗୋପସାଗରରେ ସୃଷ୍ଟି ଘୂର୍ଣ୍ଣିବଳୟ । ୪୮ ଘଂଟା ଧରି ପ୍ରବଳ ବର୍ଷା ସମ୍ଭାବନା, ୫ ଜିଲ୍ଲାକୁ ଅରେଂଜ୍ ଓ ୧୫ ଜିଲ୍ଲାକୁ ୟେଲୋ ୱାଣ୍ଣିଂ ଜାରି Kanak News

କନକ ବ୍ୟୁରୋ : ପଶ୍ଚିମ କେନ୍ଦ୍ରୀୟ ଓ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ଦୁଇ ଦିନ ଧରି ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି । କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ମଧ୍ୟ ହୋଇପାରେ । ବିଶେଷ କରି ଉତର ଓ ଉପକୂଳ ଓଡିଶାରେ ବର୍ଷାର ପରିମାଣ ଅଧିକ ରହିବ । ପରିସ୍ଥିତିକୁ ଦୃଷ୍ଟିରେ ରଖି ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୫ଟି ଜିଲ୍ଲାକୁ ଅରେଂଜ୍ ୱାର୍ଣ୍ଣିଂ ଜାରି ହୋଇଛି । ସମ୍ଭାବ୍ୟ ଅତିପ୍ରବଳ ବର୍ଷାର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ପରାମର୍ଶ ଦିଆଯାଇଛି । ଏଥିସହ ୨୪ ଓ ୨୫ ତାରିଖ ଲାଗି ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି ।

from Kanak News https://ift.tt/2mcBnVN https://ift.tt/322C5V6
No comments: