ଆଜି ପବିତ୍ର ମହାଳୟା Rajalaxmi Sahoo

ପୁରୀ: ଆଜି ପବିତ୍ର ମହାଳୟା ଅମାବାସ୍ୟା। ଆଜି ଦିନରେ ପିତୃପୁରୁଷଙ୍କୁ ପିଣ୍ଡ ଦେବାର ପରମ୍ପରା ରହିଛି। ଏହି ଅବସରରେ ଶ୍ରୀକ୍ଷେତ୍ରରେ ପିତୃପୁରୁଷଙ୍କୁ ପିଣ୍ଡଦାନ ଲାଗି ଶ୍ରଦ୍ଧାଳୁଙ୍କ ପ୍ରବଳ ସମାଗମ ହୋଇଛି। ଶ୍ରୀମନ୍ଦିର ବାଇଶି ପାହାଚରେ କିଛି ଶ୍ରଦ୍ଧାଳୁ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ତିଳତର୍ପଣ କରୁଥିବା ବେଳେ ଆଉ କିଏ ମହୋଦଧି ଓ ପଞ୍ଚତୀର୍ଥ ପୁଷ୍କରିଣୀରେ ତର୍ପଣ କରୁଛନ୍ତି।

ପିତୃପକ୍ଷରେ ବିଶେଷକରି ପିତା,ପିତାମହ,ପ୍ରପିତାମହ,ମାତା,ପିତାମୟୀ, ପ୍ରପିତାମୟୀ, ମାତାମହ,ପ୍ରମାତାମହ ଓ ବୃଦ୍ଧ ଆଦିଙ୍କ ଉଦ୍ଦେଶ୍ୟରେ ତର୍ପଣ କରାଯିବାର ବିଧି ରହିଛି।

ପିତୃପକ୍ଷରେ ଶ୍ରୀମନ୍ଦିର ବାଇଶି ପାହାଚରେ ତିଳତର୍ପଣ କଲେ ପିତୃପୁରୁଷ ତୃପ୍ତି ଲାଭ କରିଥାନ୍ତି ବୋଲି ଲୋକଙ୍କ ବିଶ୍ୱାସ ରହିଛି।



from OTV Khabar. https://ift.tt/2o0GKIs
ଆଜି ପବିତ୍ର ମହାଳୟା Rajalaxmi Sahoo ଆଜି ପବିତ୍ର ମହାଳୟା Rajalaxmi Sahoo Reviewed by SUBHENDU BARAL on September 27, 2019 Rating: 5

No comments:

Powered by Blogger.