ଆଜି ଜାତିର ପିତା ମହାତ୍ମା ଗାନ୍ଧୀ ଏବଂ ଭାରତର ଦ୍ୱିତୀୟ ପ୍ରଧାନମନ୍ତ୍ରୀ ଲାଲ୍ ବାହାଦୂର୍ ଶାସ୍ତ୍ରୀଙ୍କ ଜୟନ୍ତୀ ! ଦୁଇ ମହାନାୟକଙ୍କୁ ମନେ ପକାଉଛନ୍ତି ଦେଶବାସୀ Kanak News

ଆଜି ଜାତିର ପିତା ମହାତ୍ମା ଗାନ୍ଧି ଏବଂ ଭାରତର ଦ୍ୱିତୀୟ ପ୍ରଧାନମନ୍ତ୍ରୀ ଲାଲ୍ ବାହାଦୂର୍ ଶାସ୍ତ୍ରୀଙ୍କ ଜୟନ୍ତୀ । ଚଳିତ ବର୍ଷ ବାପୁଙ୍କ ୧୫୦ ତମ ଜନ୍ମତିଥି ପାଳନ କରାଯାଉଥିବା ବେଳେ ଶାସ୍ତ୍ରୀଙ୍କ ୧୧୬ ତମ ଜନ୍ମଦିବସ ପାଳନ କରାଯାଉଛି । ୧୮୬୯ ମସିହା ଆଜିର ଦିନରେ ଜନ୍ମ ଗ୍ରହଣ କରିଥିଲେ ଅହିଂସାର ପୂଜାରୀ ମହାତ୍ମାଗାନ୍ଧୀ । ଗାନ୍ଧୀଙ୍କ ଅହିଂସାର ମାର୍ଗକୁ ମନେ ପକାଇବା ପାଇଁ ପ୍ରତିବର୍ଷ ତାଙ୍କ ଜନ୍ମଦିନକୁ ଅର୍ନ୍ତଜାତୀୟ ଅହିଂସା ଦିବସ ଭାବେ ପାଳନ କରାଯାଉଛି ।ଆଇନ୍ ପାଠ ସାରି ଦକ୍ଷିଣ ଆଫ୍ରିକାରେ ପେଶାଦାର ଜୀବନ ଆରମ୍ଭ କରିବା ବେଳେ ହିଁ ମହାତ୍ମାଗାନ୍ଧୀଙ୍କ ଭିତରେ ଥିବା ନେତୃତ୍ୱ ନେବା ଗୁଣ ପ୍ରସ୍ପୁଟିତ ହୋଇଥିଲା । କଳା-ଗୋରା ଭେଦଭାବକୁ ଦୂର କରିବା ନେଇ ସେ ଆରମ୍ଭ କରିଥିଲେ ଆନ୍ଦୋଳନ। ୧୯୧୫ ମସିହାରେ ଭାରତ ଫେରି ଆସି ଦେଶର ସ୍ୱାଧିନତା ଆନ୍ଦୋଳନରେ ସାମିଲ ହୋଇଥିଲେ । ଇଂରେଜ ସରକାର ବିରୋଧରେ ଅସହଯୋଗ ଆନ୍ଦୋଳନ, ଆଇନ ଅମାନ୍ୟ ଆନ୍ଦୋଳନ ଏବଂ ଭାରତ ଛାଡ଼ ଆନ୍ଦୋଳନ କରି ଅହିଂସା ପଥରେ ଦେଶ ପାଇଁ ସ୍ୱାଧୀନ ଆଣି ଦେଇଥିଲେ ଏହି ମହାନ ଜନନାୟକ । ୧୯୪୮ ମସିହା ଜାନୁଆରୀ ୩୦ ତାରିଖରେ ନାଥୁରାମ ଗଡସେ ନାମକ ଜଣେ ଆତତାୟୀ ଗୁଳିରେ ସବୁ ଦିନ ପାଇଁ ଆଖି ବୁଜି ଦେଇଥିଲେ ବାପୁଜୀ ।
ସେପଟେ ଆଜି ସମଗ୍ର ଦେଶରେ ପାଳିତ ହେଉଛି ରାଷ୍ଟ୍ରନାୟକ ଲାଲ ବାହାଦୂର ଶାସ୍ତ୍ରୀଙ୍କ ଜନ୍ମ ଜୟନ୍ତୀ । ଦେଶର ଦ୍ୱିତୀୟ ପ୍ରଧାନମନ୍ତ୍ରୀ ୧୯୦୪ ମସିହାରେ ଆଜିର ଦିନରେ ଜନ୍ମ ଗ୍ରହଣ କରିଥିଲେ ଲାଲ ବାହାଦୂର ଶାସ୍ତ୍ରୀ।
from Kanak News https://ift.tt/2orsOXZ https://ift.tt/2mQeJmI

No comments: