ରାସ୍ତା କଡ଼ରେ ଛିଡ଼ା ହୋଇଥିଲା ଟ୍ରକ୍‌, ପଛରୁ ପିଟିଲା ବସ୍‌ Rajalaxmi Sahoo

ସୋର(ଶଶିକାନ୍ତ ବେହେରା): ବାଲେଶ୍ୱର ଜିଲ୍ଲା ଖନ୍ତାପଡ଼ା ଥାନା ଅନ୍ତର୍ଗତ ବେଗୁନିଆ ଛକ ନିକଟରେ ଏକ ବସ୍‌ ଟ୍ରକ୍‌କୁ ପଛରୁ ଧକ୍କା ଦେବା ଫଳରେ ୫ ଜଣ ଯାତ୍ରୀ ଆହତ ହୋଇଛନ୍ତି। ସେମାନଙ୍କୁ ସୋର ଓ ବାଲେଶ୍ୱର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଗତକାଲି ବିଳମ୍ବିତ ରାତିରେ ଏହି ଦୁର୍ଘଟଣା ଘଟିଛି।

‘ପ୍ରଧାନ’ ନାମକ ଏହି ଘରୋଇ ବସ୍‌ଟି ଭୁବନେଶ୍ୱରରୁ କୋଲକାତା ଯାଉଥିଲା। ଏହି ସମୟରେ ବେଗୁନିଆ ଛକ ନିକଟରେ ଛିଡ଼ା ହୋଇଥିବା ଏକ ଟ୍ରକ୍‌କୁ ପଛପଟୁ ଧକ୍କା ଦେଇଥିଲା। ଦୁର୍ଘଟଣା ପରେ ବସ୍‌ ଡ୍ରାଇଭର୍‌ ଓ ହେଲପର୍‌ ଫେରାର ହୋଇ ଯାଇଛନ୍ତି। ଟ୍ରକ୍‌ଟି ମଧ୍ୟ ଘଟଣାସ୍ଥଳରୁ  ପଳାଇଥିଲା। ବସ୍‌ରେ ପ୍ରାୟ ୫୦ ଜଣ ଯାତ୍ରୀ ଥିଲେ।

ଘଟଣାସ୍ଥଳରେ ପୁଲିସ୍‌ ପହଞ୍ଚି ଆହତଙ୍କୁ ଉଦ୍ଧାର କରି ଡାକ୍ତରଖାନାକୁ ପଠାଇଥିଲା। ତା’ସହିତ ଅନ୍ୟ ଯାତ୍ରୀମାନଙ୍କୁ ବସ୍‌ ଓ ଅଟୋ ସାହାଯ୍ୟରେ ବାଲେଶ୍ୱର ପଠାଇଥିଲା।

ସୂଚନାଥାଉ କି, କେନ୍ଦୁଝର ଟାଉନ ଥାନା ଅନ୍ତର୍ଗତ ନେଙ୍କଡ଼ା ଘର ନିକଟରେ ଗତକାଲି ବିଳମ୍ବିତ ରାତିରେ ଏକ ଟ୍ରକ୍‌କୁ ପଛପଟୁ ଏକ ବସ୍‌ ଧକ୍କା ଦେବା ଫଳରେ ଦୁର୍ଘଟଣା ଘଟିଛି। ଏଥିରେ ୮ଜଣ ଗୁରୁତର ଆହତ ହୋଇଛନ୍ତି।

ଆହୁରି ମଧ୍ୟ ପଢ଼ନ୍ତୁ: ଚଳନ୍ତା ଟ୍ରକ୍‌କୁ ପଛପଟୁ ଧକ୍କା ଦେଲା ବସ୍‌



from OTV Khabar. https://ift.tt/31KlhSR
ରାସ୍ତା କଡ଼ରେ ଛିଡ଼ା ହୋଇଥିଲା ଟ୍ରକ୍‌, ପଛରୁ ପିଟିଲା ବସ୍‌ Rajalaxmi Sahoo ରାସ୍ତା କଡ଼ରେ ଛିଡ଼ା ହୋଇଥିଲା ଟ୍ରକ୍‌, ପଛରୁ ପିଟିଲା ବସ୍‌ Rajalaxmi Sahoo Reviewed by SUBHENDU BARAL on October 03, 2019 Rating: 5

No comments:

Powered by Blogger.