ଭୁବନେଶ୍ବର ୪/୧୧: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆସନ୍ତା ୫ ଓ ୬ ତାରିଖରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି। ଗଞ୍ଜାମ, ଗଜପତି, ରାୟଗଡା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଜିଲ୍ଲାରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ।
ଏହି ସମୟରେ ୪୦ ରୁ ୪୫ କିଲୋମିଟର ବେଗରେ ପବନ ବହିପାରେ । ତେଣୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି । ସେହିପରି ନଭେମ୍ବର ତୃତୀୟ ସପ୍ତାହ ବେଳକୁ ଉତ୍ତର ଓଡିଶାରେ ଶୀତ ଅନୁଭୂତ ହେବ ବୋଲି ଆକଳନ କରିଛି ପାଣିପାଗ ବିଭାଗ ।
from Prameya News7 https://ift.tt/2Ne4pPK
ପୁଣି ବାତ୍ୟା ଭୟ : ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା
Reviewed by SUBHENDU BARAL
on
November 03, 2019
Rating:
No comments: