ଶ୍ରୀମନ୍ଦିରରେ ଆଜିଠୁ ଆରମ୍ଭ ଦେବଦୀପାବଳୀ ନୀତି । ଧଳା ବସ୍ତ୍ର ପିନ୍ଧି ଶ୍ରାଦ୍ଧ ବେଶରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେବେ ତିନି ଠାକୁର ,  ଶ୍ରାଦ୍ଧ ନୀତି ସରିବା ପରେ ମନ୍ଦିର ଚୂଡାକୁ ଉଠିବ ମହାଦୀପ  Kanak News

କନକ ବ୍ୟୁରୋ : ଆଜିଠାରୁ ଶ୍ରୀମନ୍ଦିରରେ ଦେବ ଦୀପାବଳୀ ନୀତି ଅନୁଷ୍ଠିତ ହେବ। ମାର୍ଗଶୀର ମାସ ଶୁକ୍ଳପକ୍ଷ ଚତୁର୍ଦ୍ଦଶୀ ତିଥିରେ ଦେବ ଦୀପାବଳୀ ନୀତି ଆରମ୍ଭ ହେବ। ଚତୁର୍ଦ୍ଦଶୀ, ଅମାବାସ୍ୟା ଓ ପ୍ରତିପଦ ତିନି ଦିନ ଧରି ଏହା ଅନୁଷ୍ଠିତ ହେବ। ଏହି ଅବସରରେ ମହାପ୍ରଭୁ ପିତୃପୁରୁଷଙ୍କୁ ପିଣ୍ଡଦାନ କରିବେ। ତେବେ ମହାପ୍ରଭୁ ଶ୍ରାଦ୍ଧ ବେଶରେ ପିତୃପୁରୁଷଙ୍କୁ ପିଣ୍ଡଦାନ କରିବେ, ଭକ୍ତଙ୍କୁ ଦର୍ଶନ ଦେବେ।

ଏହି ଅବସରରେ ତିନି ଠାକୁର ଶ୍ବେତ ବସ୍ତ୍ର ପରିଧାନ କରିବେ। ଠାକୁରଙ୍କୁ ସ୍ବର୍ଣ୍ଣ ଅଳଙ୍କାରରେ ବିଭୂଷିତ କରାଯିବ। ପୂଜାପଣ୍ଡାମାନେ ପିଣ୍ଡଦାନ କରିବେ। ଶ୍ରାଦ୍ଧ ନୀତି ସରିବା ପରେ ମନ୍ଦିର ଚୂଡ଼ାକୁ ମହାଦୀପ ଉଠିବ।



from Kanak News https://ift.tt/2KQGynP https://ift.tt/2pIMrvI

ଶ୍ରୀମନ୍ଦିରରେ ଆଜିଠୁ ଆରମ୍ଭ ଦେବଦୀପାବଳୀ ନୀତି । ଧଳା ବସ୍ତ୍ର ପିନ୍ଧି ଶ୍ରାଦ୍ଧ ବେଶରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେବେ ତିନି ଠାକୁର ,  ଶ୍ରାଦ୍ଧ ନୀତି ସରିବା ପରେ ମନ୍ଦିର ଚୂଡାକୁ ଉଠିବ ମହାଦୀପ  Kanak News ଶ୍ରୀମନ୍ଦିରରେ ଆଜିଠୁ ଆରମ୍ଭ ଦେବଦୀପାବଳୀ ନୀତି । ଧଳା ବସ୍ତ୍ର ପିନ୍ଧି ଶ୍ରାଦ୍ଧ ବେଶରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେବେ ତିନି ଠାକୁର ,  ଶ୍ରାଦ୍ଧ ନୀତି ସରିବା ପରେ ମନ୍ଦିର ଚୂଡାକୁ ଉଠିବ ମହାଦୀପ  Kanak News Reviewed by SUBHENDU BARAL on November 24, 2019 Rating: 5

No comments:

Powered by Blogger.