ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ, ଗଭୀର ଅବପାତର ରୂପ ନେବା ସହ ଆସନ୍ତା ୧୨ ଘଣ୍ଟା ମଧ୍ୟରେ ଏହା ଝଡ଼ର ରୂପ ନେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏହା ପ୍ରଥମେ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରିବା ପରେ ଉତ୍ତର-ଉତ୍ତର ପଶ୍ଚିମ ଦିଗରେ ଗତି କରି ଓଡ଼ିଶା ଓ ବାଂଲାଦେଶ ଆଡ଼େ ମୁହାଁଇବ ବୋଲି କୁହାଯାଉଛି।
ଶେଷ ସୂଚନା ଅନୁଯାୟୀ ଏହା ବର୍ତ୍ତମାନ ପାରାଦୀପ ଠାରୁ ୮୨୦ କିଲୋମିଟର ଦୂରରେ ରହିଛି। ଘଣ୍ଟାପ୍ରତି ୬ କିଲୋମିଟର ବେଗରେ ଏହା ଗତି କରୁଛି। ତେବେ ଓଡ଼ିଶା ଉପକୂଳକୁ ବାତ୍ୟା ଛୁଇଁନପାରେ ବୋଲି କହିଛନ୍ତି। ଆଇଏମ୍ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର। କିନ୍ତୁ ଏହାର ପ୍ରଭାବରେ ଉତ୍ତର ଓ ଉପକୂଳ ଓଡ଼ିଶାରେ ପବନ ସହ ବର୍ଷା ହେବ ପବନର ବେଗ ଘଣ୍ଟାପ୍ରତି ୪୫ରୁ ୫୫ କିଲୋମିଟର ରହିପାରେ। ତେଣୁ ମତ୍ସଜୀବୀମାନଙ୍କୁ ସମୁଦ୍ର ଭିତରକୁ ନଯିବାକୁ କୁହାଯାଇଛି।
from OTV Khabar. https://ift.tt/32mf7YT
ଘଣ୍ଟାପ୍ରତି ୬ କିଲୋମିଟର ବେଗରେ ଗତି କରୁଛି ଝଡ଼ OTV KHABAR BUREAU
Reviewed by SUBHENDU BARAL
on
November 05, 2019
Rating:
No comments: