ବାତ୍ୟା ପାଇଁ ଏହି ସବୁ ଜିଲ୍ଲାରେ ସ୍କୁଲ୍‌ ଛୁଟି ଘୋଷଣା OTV KHABAR BUREAU

ଭୁବନେଶ୍ୱର: ବାତ୍ୟା ‘ବୁଲ୍‌ବୁଲ୍‌’ ପାଇଁ ଆଜି ଓ ଆସନ୍ତାକାଲି ୯ ଜିଲ୍ଲାର ସ୍କୁଲ୍‌କୁ ଛୁଟି ଘୋଷଣା କରାଯାଇଛି।

ଆଜି ଓ ଆସନ୍ତା କାଲି ଜଗତସିଂହପୁର, ପୁରୀ ଓ କେନ୍ଦ୍ରାପଡ଼ା ଜିଲ୍ଲାର ସମସ୍ତ ସ୍କୁଲ ସହ ଅଙ୍ଗନବାଡ଼ି କେନ୍ଦ୍ରକୁ ଛୁଟି ଘୋଷଣା କରାଯାଇଛି। ୩ ଜିଲ୍ଲାର ଜିଲ୍ଲାପାଳ ଏହି ଛୁଟି ଘୋଷଣା କରିଛନ୍ତି।

ସେହିପରି ଆସନ୍ତାକାଲି ଆଉ ୬ ଜିଲ୍ଲାରେ ମଧ୍ୟ ସ୍କୁଲ ଛୁଟି ରହିବ। ଏହି ଜିଲ୍ଲା ଗୁଡ଼ିକ ହେଲା- ବାଲେଶ୍ୱର, ଭଦ୍ରକ, କଟକ, ଖୋର୍ଦ୍ଧା, ମୟୂରଭଞ୍ଜ ଓ ଯାଜପୁର।

ଅନ୍ୟପକ୍ଷରେ ବାତ୍ୟା ‘ବୁଲ୍‌ବୁଲ୍‌’ ପ୍ରଭାବରେ ଆଜିଠୁ ଉପକୂଳ ଓଡ଼ିଶାରେ ବର୍ଷା ଆରମ୍ଭ ହୋଇଯାଇଛି। ପାରାଦୀପ ଠାରୁ ଏବେ ଏହା ପ୍ରାୟ ୪୫୦ କି.ମି. ଦୂରରେ କେନ୍ଦ୍ରୀଭୂତ ରହିଛି। ଘଣ୍ଟା ପ୍ରତି ୧୦ କିଲୋମିଟର ବେଗରେ ଏହା ଗତି କରୁଛି।

‘ବୁଲ୍‌ବୁଲ୍‌’ ପ୍ରଭାବରେ ପାରାଦୀପରେ ଆଜି ସକାଳୁ ସକାଳୁ ବର୍ଷା ଆରମ୍ଭ ହୋଇଯାଇଛି। ବର୍ଷା ସହ ପବନ ମଧ୍ୟ ବହୁଛି। ସତର୍କତା ସ୍ୱରୂପ ପାରାଦୀପ ବନ୍ଦରରେ ୨ନମ୍ବର ବିପଦ ସଙ୍କେତ ଦିଆଯାଇଛି।ଆଗକୁ ବର୍ଷା ବଢ଼ିବାର ସମ୍ଭାବନା ଥିବାରୁ ପାରାଦୀପ ମାଛଧରା ବନ୍ଦ ସହ ଅଠରବାଙ୍କି, ନେହରୁ ବଙ୍ଗଳା, ନୂଆ ବଜାର ଓ ଷଣ୍ଢକୁଦ ବସ୍ତି ଲୋକଙ୍କୁ ସତର୍କ କରି ଦିଆଯାଇଛି। ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ନ ଯିବାକୁ ଡାକବାଜି ଯନ୍ତ୍ର ଯୋଗେ ଆଲର୍ଟ କରାଯାଇଛି।



from OTV Khabar. https://ift.tt/33CXNjT
ବାତ୍ୟା ପାଇଁ ଏହି ସବୁ ଜିଲ୍ଲାରେ ସ୍କୁଲ୍‌ ଛୁଟି ଘୋଷଣା OTV KHABAR BUREAU ବାତ୍ୟା ପାଇଁ ଏହି ସବୁ ଜିଲ୍ଲାରେ ସ୍କୁଲ୍‌ ଛୁଟି ଘୋଷଣା OTV KHABAR BUREAU Reviewed by SUBHENDU BARAL on November 07, 2019 Rating: 5

No comments:

Powered by Blogger.