ବାତ୍ୟା ‘ବୁଲ୍‌ବୁଲ୍‌’ ପ୍ରଭାବରେ ଓଡ଼ିଶାରେ ବର୍ଷା ଆରମ୍ଭ Rajalaxmi Sahoo

ଭୁବନେଶ୍ୱର: ବାତ୍ୟା ‘ବୁଲ୍‌ବୁଲ୍‌’ ପ୍ରଭାବରେ ଆଜିଠୁ ଉପକୂଳ ଓଡ଼ିଶାରେ ବର୍ଷା ଆରମ୍ଭ ହୋଇଛି। ପାରାଦୀପ ଠାରୁ ଏବେ ଏହା ପ୍ରାୟ ୪୫୦ କି.ମି. ଦୂରରେ କେନ୍ଦ୍ରୀଭୂତ ରହିଛି। ଘଣ୍ଟା ପ୍ରତି ୧୦ କିଲୋମିଟର ବେଗରେ ଗତି କରୁଛି।

‘ବୁଲ୍‌ବୁଲ୍‌’ ପ୍ରଭାବରେ ପାରାଦୀପରେ ଆଜି ସକାଳୁ ସକାଳୁ ବର୍ଷା ଆରମ୍ଭ ହୋଇଯାଇଛି। ବର୍ଷା ସହ ପବନ ମଧ୍ୟ ବହୁଛି। ସତର୍କତା ସ୍ୱରୂପ ପାରାଦୀପ ବନ୍ଦରରେ ୨ନମ୍ବର ବିପଦ ସଙ୍କେତ ଦିଆଯାଇଛି।

ଆସନ୍ତା ୧୨ ଘଣ୍ଟା ମଧ୍ୟରେ ‘ବୁଲ୍‌ବୁଲ୍‌’ ଉତ୍ତର ଉତ୍ତରପୂର୍ବ ଦିଗକୁ ଗତି କରିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ବାତ୍ୟା ‘ବୁଲ୍‌ବୁଲ୍‌’ ୧୦ ତାରିଖରେ ପଶ୍ଚିମବଙ୍ଗ ଓ ବାଂଲାଦେଶ ମଧ୍ୟରେ ଲ୍ୟାଣ୍ଡଫଲ୍ କରିପାରେ ବୋଲି ଆଶଙ୍କା କରଯାଉଛି। ଯଦିଓ ‘ବୁଲ୍‌ବୁଲ୍‌’ ଓଡ଼ିଶାରେ ଲ୍ୟାଣ୍ଡ୍‌ଫଲ୍‌ କରିବାର ସମ୍ଭାବନା ନାହିଁ, ହେଲେ ଏହାର ପ୍ରଭାବ ଓଡ଼ିଶା ଉପରେ ପଡ଼ିବ। ପ୍ରଭାବରେ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ଭଦ୍ରକ ପାଇଁ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ସବୁ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ।

ସେହିପରି ୯ ତାରିଖରେ ବାଲେଶ୍ୱର, ଭଦ୍ରକ, କେନ୍ଦୁଝର, ଜଗତସିଂହପୁର ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ମୟୂରଭଞ୍ଜ, ଯାଜପୁର ଓ କଟକରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।



from OTV Khabar. https://ift.tt/2JXaSwo
ବାତ୍ୟା ‘ବୁଲ୍‌ବୁଲ୍‌’ ପ୍ରଭାବରେ ଓଡ଼ିଶାରେ ବର୍ଷା ଆରମ୍ଭ Rajalaxmi Sahoo ବାତ୍ୟା ‘ବୁଲ୍‌ବୁଲ୍‌’ ପ୍ରଭାବରେ ଓଡ଼ିଶାରେ ବର୍ଷା ଆରମ୍ଭ Rajalaxmi Sahoo Reviewed by SUBHENDU BARAL on November 07, 2019 Rating: 5

No comments:

Powered by Blogger.