ଭାରସାମ୍ୟ ହରାଇ ରାସ୍ତା କଡକୁ ଓଲଟିଲା ବସ୍, ୭ ଯାତ୍ରୀ ଗୁରୁତର

ଯାଜପୁର ୭।୧: ଭାରସାମ୍ୟ ହରାଇ ରାସ୍ତା କଡକୁ ଓଲଟିଲା ଯାତ୍ରୀବାହୀ ବସ୍ । ଦୁର୍ଘଟଣାରେ ୭ ଜଣ ଯାତ୍ରୀ ଗୁରୁତର ହୋଇଛନ୍ତି । ବସ୍ ରେ ଥିବା ଅନ୍ୟ ଯାତ୍ରୀମାନେ ଅଳ୍ପକେ ବର୍ତ୍ତିଯାଇଛନ୍ତି ।

ସୂଚନାଯୋଗ୍ୟ ଯେ, ଯାଜପୁର ଜିଲ୍ଲା ମଠସାହି ଗାଁ ନିକଟରେ ଯାତ୍ରୀବାହୀ ବସ୍ ଦୁର୍ଘଟଣା ହୋଇଛି । ଗୋଲକୁଣ୍ଡରୁ କଟକ ଯାଉଥିଲା ‘ମା’ ମଙ୍ଗଳା’ ନାମକ ବସ୍ ଟି ଭାରସାମ୍ୟ ହରାଇ ରାସ୍ତା କଡକୁ ଓଲଟି ପଡିଛି । ଦୁର୍ଘଟଣାରେ ୭ ଜଣ ଯାତ୍ରୀ ଗୁରୁତର ହୋଇଛନ୍ତି । ଗୁରୁତରଙ୍କୁ ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି । ବସ୍ ରେ ଥିବା ଅନ୍ୟ ଯାତ୍ରୀମାନେ ଅଳ୍ପକେ ବର୍ତ୍ତି ଯାଇଛନ୍ତି । ଘଟଣାସ୍ଥଳରେ ପୋଲିସ ପହଞ୍ଚିଛି ।



from Prameya News7 https://ift.tt/2T0hTlm
ଭାରସାମ୍ୟ ହରାଇ ରାସ୍ତା କଡକୁ ଓଲଟିଲା ବସ୍, ୭ ଯାତ୍ରୀ ଗୁରୁତର ଭାରସାମ୍ୟ ହରାଇ ରାସ୍ତା କଡକୁ ଓଲଟିଲା ବସ୍, ୭ ଯାତ୍ରୀ ଗୁରୁତର Reviewed by SUBHENDU BARAL on January 06, 2020 Rating: 5

No comments:

Powered by Blogger.