ସୋର ୧୮।୧: ବାଲେଶ୍ବରରେ ତୀର୍ଥଯାତ୍ରୀ ବସ୍ ଦୁର୍ଘଟଣାଗ୍ରସ୍ତ । ଦୁର୍ଘଟଣାରେ ୭ଜଣ ଆହତ ହୋଇଛନ୍ତି । ଘଟଣାସ୍ଥଳରେ ପୋଲିସ ଓ ଅଗ୍ନିଶମ ବିଭାଗ କର୍ମଚାରୀ ପହଞ୍ଚି ଉଦ୍ଧାର କାର୍ଯ୍ୟ କରିଛନ୍ତି । ଆହତମାନଙ୍କୁ ଚିକିତ୍ସା ପାଇଁ ମେଡିକାଲରେ ଭର୍ତ୍ତି କରାଯାଇଛି ।

ସୂଚନାଯୋଗ୍ୟ ଯେ, ଜାତୀୟ ରାଜପଥ ଖନ୍ତାପଡା ଥାନା ମେଘନା ପେଟ୍ରୋଲ ପମ୍ପ୍ ନିକଟରେ ଏକ ତୀର୍ଥଯାତ୍ରୀ ବସ୍ ସହିତ ଟ୍ରକ୍ ଧକ୍କା ହୋଇଛି । ଦୁର୍ଘଟଣା ଫଳରେ ଦୁଇ ଜଣ ଗୁରୁତର ହୋଇଥିବା ବେଳେ ୫ ଜଣ ସାମାନ୍ୟ ଆହତ ହୋଇଛନ୍ତି । ଘଟଣାସ୍ଥଳରେ ପୋଲିସ ଓ ଅଗ୍ନିଶମ ବିଭାଗ କର୍ମଚାରୀ ପହଞ୍ଚି ଉଦ୍ଧାର କାର୍ଯ୍ୟ କରିଛନ୍ତି ।

ଆହତମାନଙ୍କୁ ବାଲେଶ୍ଵର ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି । ୭୦ ତୀର୍ଥଯାତ୍ରୀ ଅଳ୍ପକେ ବର୍ତ୍ତି ଯାଇଛନ୍ତି । ଭୋର ୪ଟା ବେଳେ ଦୁର୍ଘଟଣା ଘଟିଥିବା ଜଣାପଡିଛି । ସମସ୍ତ ତୀର୍ଥଯାତ୍ରୀ କଲିକତାରୁ ଆସିଥିବା ସୂଚନା ମିଳିଛି ।
from Prameya News7 https://ift.tt/30Biyf4
ତୀର୍ଥଯାତ୍ରୀ ବସ୍ ସହ ଧକ୍କା ହେଲା ଟ୍ରକ୍, ୭ ଆହତ
Reviewed by SUBHENDU BARAL
on
January 17, 2020
Rating:
No comments: