ଆଜିଠୁ ରାଜ୍ୟର କେତେ ସ୍ଥାନରେ ହୋଇପାରେ ବର୍ଷା । ୧୨ ପର୍ଯ୍ୟନ୍ତ ଲାଗି ରହିବ ଘନକୁହୁଡି, ବଢିପାରେ ତାପମାତ୍ରା Kanak News

କନକ ବ୍ୟୁରୋ : ବୁଧବାର ରାତିଠାରୁ ପାଗରେ ପରିବର୍ତନ ଆସିବ। ଥଣ୍ଡା ସାମାନ୍ୟ କମିବା ସହ ୧୦ଟି ଜିଲ୍ଲାରେ ସ୍ବଳ୍ପରୁ ମଧ୍ୟମଧରଣର ବର୍ଷା ହୋଇପାରେ। ଆସନ୍ତା ୩ ଦିନ ଧରି ରାତିର ସର୍ବନିମ୍ନ ତାପମାତ୍ରା ୩ରୁ ୪ ଡିଗ୍ରି ବଢ଼ିବ। ଏହାପରେ ସର୍ବନିମ୍ନ ତାପମାତ୍ରା ୨ରୁ ୩ ଡିଗ୍ରି କମିବ। ତେବେ ୧୦ରୁ ୧୨ ତାରିଖ ପର୍ଯ୍ୟନ୍ତ ଅର୍ଧାଧିକ ଜିଲ୍ଲାରେ ଘନ କୁହୁଡ଼ି ଲାଗିରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।
ଆହୁରି କୁହାଯାଇଛି ଯେ ନୂଆପଡ଼ା, ବଲାଙ୍ଗୀର, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼ା, ସମ୍ବଲପୁର, ଦେବଗଡ଼, ଅନୁଗୁଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକା ବର୍ଷା ହେବ। ୯ରୁ ୧୧ ତାରିଖ ପର୍ଯ୍ୟନ୍ତ କେତେକ ଜିଲ୍ଲାରେ ଘଡ଼ଘଡ଼ି ସହ ହାଲୁକା ବର୍ଷା ହୋଇପାରେ। ସୁନ୍ଦରଗଡ଼ ସମେତ ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ସୋନପୁର, ଦେବଗଡ଼, ଅନୁଗୁଳ, ପୁରୀ, ଖୋର୍ଧା, ବାଲେଶ୍ବର, ଢେଙ୍କାନାଳ, ଯାଜପୁର, କଟକ, ଭଦ୍ରକ, କେନ୍ଦୁଝର, ମୟୂରଭଞ୍ଜ, କନ୍ଧମାଳ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘନ କୁହୁଡ଼ି ପଡ଼ିବ। ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକଙ୍କ କହିବାନୁଯାୟୀ ଆସନ୍ତା ୮ ତାରିଖରେ ଛତିଶଗଡ଼ ଓ ଝାଡ଼ଖଣ୍ଡ ସୀମାନ୍ତବର୍ତ୍ତୀ ଜିଲ୍ଲାଗୁଡ଼ିକରେ ପାଗ ମେଘୁଆ ସହ ସ୍ବଳ୍ପ ବର୍ଷା ହେବାର ସମ୍ଭାବନା ରହିଛି। ୯ ତାରିଖରେ ଉପକୂଳ ଜିଲ୍ଲାଗୁଡ଼ିକରେ ପାଗ ଶୁଖିଲା ଓ ଖରାଟିଆ ରହିବ। କିନ୍ତୁ ବାକି ସମସ୍ତ ଜିଲ୍ଲାଗୁଡ଼ିକରେ ପାଗ ମେଘୁଆ ଓ ସ୍ବଳ୍ପ ବର୍ଷା ହୋଇପାରେ।
from Kanak News https://ift.tt/2tHpnyZ https://ift.tt/2QT9JsA
No comments: