କଟକ ବାଦାମବାଡିର ଏକ ଇଲୋକ୍ଟ୍ରନିକ୍ ଗୋଦାମରେ ଭୟାବହ ଅଗ୍ନିକାଣ୍ଡ : ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ, ନିଆଁଲିଭା କାର୍ଯ୍ୟରେ ୪ଟି ଦମକଳ ଗାଡି ନିୟୋଜିତ Kanak News

କନକ ବ୍ୟୁରୋ : ବାଦାମବାଡିରେ ଥିବା ଏକ ଇଲେକ୍‌ଟ୍ରୋନିକ ଗୋଦାମରେ ନିଆଁ ଲାଗି ପୋଡିଗଲା ଲକ୍ଷାଧିକ ଟଙ୍କାର ସମ୍ପତ୍ତି । ସର୍ଟସର୍କିଟରୁ ନିଆଁ ଲାଗିଥିବା ସୂଚନା ମିଳିଛି । ଖବର ପାଇଁ ଅଗ୍ନିଶମ ବିଭାଗର ୩ଟି ଦମକଳ ଗାଡି ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭାଇବା କାର୍ଯ୍ୟରେ ନିୟୋଜିତ ଅଛନ୍ତି । ଗୋଦାମରେ ନିଆଁ ଲାଗିବାରୁ ଏଥିରେ ଫଶି ରହିଥିବା ୩ ଜଣଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରିଛନ୍ତି ଅଗ୍ନିଶମ ବାହିନୀର କର୍ମଚାରୀମାନେ ।

ଏହି ଇଲେକ୍‌ଟ୍ରୋନିକ ଗୋଦାମରେ ବହୁ ପରିମାଣରେ ଫ୍ୟାନ, ଇଣ୍ଡକସନ୍‌ ଚୁଲା ସହିତ ଅନ୍ୟାନ୍ୟ ଇଲୋକ୍ଟ୍ରୋନିକ୍‌ ସାମଗ୍ରୀମାନ ରହିଥିଲା । ଅଗ୍ନିକାଣ୍ଡର ସଠିକ୍‌ କାରଣ ଜଣାପଡିନଥିଲେ ମଧ୍ୟ ବିଦ୍ୟୁତ୍‌ ସଟ୍‌ସର୍କିଟରୁ ନିଆଁ ଲାଗିଥିବା ଅନୁମାନ କରାଯାଉଛି । ଘଟଣାସ୍ଥଳରେ ଅଗ୍ନିଶମ ବିଭାଗର କର୍ମଚାରୀମାନେ ଉଦ୍ଧାର କାର୍ଯ୍ୟ ଜାରି ରଖିବା ସହ ଘଟଣାର ତଦନ୍ତ କରୁଥିବା ସୂଚନା ମିଳିଛି ।



from Kanak News https://ift.tt/2sQCvSD https://ift.tt/32RPgsB
କଟକ ବାଦାମବାଡିର ଏକ ଇଲୋକ୍ଟ୍ରନିକ୍ ଗୋଦାମରେ ଭୟାବହ ଅଗ୍ନିକାଣ୍ଡ : ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ, ନିଆଁଲିଭା କାର୍ଯ୍ୟରେ ୪ଟି ଦମକଳ ଗାଡି ନିୟୋଜିତ Kanak News କଟକ ବାଦାମବାଡିର ଏକ ଇଲୋକ୍ଟ୍ରନିକ୍ ଗୋଦାମରେ ଭୟାବହ ଅଗ୍ନିକାଣ୍ଡ : ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ, ନିଆଁଲିଭା କାର୍ଯ୍ୟରେ ୪ଟି ଦମକଳ ଗାଡି ନିୟୋଜିତ Kanak News Reviewed by SUBHENDU BARAL on January 22, 2020 Rating: 5

No comments:

Powered by Blogger.