ଏହିସବୁ ଜିଲ୍ଲାରେ ଘଡଘଡି ସହ ହେବ ବର୍ଷା, ସତର୍କତା ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ବର ୨୫।୨: ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ ହୋଇଯାଇଛି । ରାଜ୍ୟର ୧୭ଟି ଜିଲ୍ଲାକୁ ବର୍ଷା ପାଇଁ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ । ସକାଳ ୧୧ଟା ୩୦ଟା ଯାଏଁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି ।

୧୭ ଜିଲ୍ଲା ହେଉଛି ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, କେନ୍ଦୁଝର, ଦେବଗଡ଼, ବୌଦ୍ଧ, ଅନୁଗୋଳ, ଢେଙ୍କାନାଳ, ବାଲେଶ୍ବର, ଭଦ୍ରକ, ମୟୁରଭଞ୍ଜ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, କଟକ ଓ ନୟାଗଡ । ଏହି ସବୁ ଜିଲ୍ଲାରେ ବିଜୁଳି ଘଡଘଡି ସହ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ।

ସେହିଭଳି ବୁଧବାର ମଧ୍ୟ ପୁରୀ, ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା ଓ ଯାଜପୁର ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, କନ୍ଧମାଳ ଓ ବୌଦ୍ଧ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବ ।

ଆସନ୍ତା ୪୮ ଘଣ୍ଟା ପରେ ପାଗରେ ପରିବର୍ତ୍ତନ ଆସିବ । ବର୍ଷା କମିବା ସହ ଘନ କୁହୁଡି ଦେଖାଯିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।



from Prameya News7 https://ift.tt/32urFPt
ଏହିସବୁ ଜିଲ୍ଲାରେ ଘଡଘଡି ସହ ହେବ ବର୍ଷା, ସତର୍କତା ଜାରି କଲା ପାଣିପାଗ ବିଭାଗ ଏହିସବୁ ଜିଲ୍ଲାରେ ଘଡଘଡି ସହ ହେବ ବର୍ଷା, ସତର୍କତା ଜାରି କଲା ପାଣିପାଗ ବିଭାଗ Reviewed by SUBHENDU BARAL on February 24, 2020 Rating: 5

No comments:

Powered by Blogger.