୭ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ଆଜି ଓ ଆସନ୍ତାକାଲି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର ୨୫।୨: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅଧିକାଂଶ ଅଞ୍ଚଳରେ ବର୍ଷା ସମ୍ଭାବନା । ଉତ୍ତର ଆଭ୍ୟନ୍ତରୀଣ ଓଡିଶା ସମେତ ଉପକୂଳ ଓ ପଶ୍ଚିମ ଓଡିଶାର କେତେକ ସ୍ଥାନରେ ଘଡଘଡି ସହ ବର୍ଷା ସମ୍ଭାବନା ରହିଛି । ଝଡ ବର୍ଷାକୁ ଦୃଷ୍ଟିରେ ରଖି ପାଣିପାଗ ବିଭାଗ ପକ୍ଷରୁ ଆଜି ଓ ଆସନ୍ତାକାଲି ପାଇଁ ୟୋଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ମଙ୍ଗଳବାର ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ସମେତ ନୟାଗଡ, କଳାହାଣ୍ଡି, ବଲାଙ୍ଗୀର, ନୂଆପଡା, ବରଗଡ, ସୋନପୁର ଏବଂ ବୌଦ୍ଧ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି ।

ସେହିଭଳି ବୁଧବାର ପୁରୀ, ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା ଓ ଯାଜପୁର ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, କନ୍ଧମାଳ ଓ ବୌଦ୍ଧ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବ ।

ଆସନ୍ତା ୪୮ ଘଣ୍ଟା ପରେ ପାଗରେ ପରିବର୍ତ୍ତନ ଆସିବ । ବର୍ଷା କମିବା ସହ ଘନ କୁହୁଡି ଦେଖାଯିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।



from Prameya News7 https://ift.tt/37SBLL3
୭ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ଆଜି ଓ ଆସନ୍ତାକାଲି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ୭ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ଆଜି ଓ ଆସନ୍ତାକାଲି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି Reviewed by SUBHENDU BARAL on February 24, 2020 Rating: 5

No comments:

Powered by Blogger.