ଭୁବନେଶ୍ବର ୨୬।୨: ଆଜି ବି ବର୍ଷା ସମ୍ଭାବନା । କାଲିଠୁ ବର୍ଷା କମିବା ସହ ପାଗରେ ପରିବର୍ତ୍ତନ ଆସିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଉପକୂଳ ଓଡ଼ିଶା ସହ ମୟୁରଭଞ୍ଜ, ଖୋର୍ଦ୍ଧା, ସୁନ୍ଦରଗଡ, ଝାରସୁଗୁଡା, ଦେବଗଡ, ଅନୁଗୋଳରେ ଘନ କୁହୁଡି ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।
ଆଜି ଖୋର୍ଦ୍ଧା, କଟକ, ପୁରୀ, ଜଗତସିଂହପୁର, ଯାଜପୁର, ମୟୁରଭଞ୍ଜ, ସୁନ୍ଦରଗଡ, ଦେଓଗଡ, କେନ୍ଦ୍ରାପଡା ଭଳି ୯ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ସେହିପରି ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡିଶାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ସମ୍ଭାବନା ରହିଛି । କିଛି କିଛି ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ହେବ । ମୟୁରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ ଜିଲ୍ଲାରେ ବର୍ଷା ସହ ୩୦ରୁ ୪୦ କି.ମି. ବେଗରେ ପବନ ବହିବ ।
୨୭ରୁ ବର୍ଷାର ପରିମାଣ କମିବା ସହ ପାଗରେ ପରିବର୍ତ୍ତନ ଆସିବ । ଉପକୂଳ ଓଡ଼ିଶା ସହ ମୟୁରଭଞ୍ଜ, ଖୋର୍ଦ୍ଧା, ସୁନ୍ଦରଗଡ, ଝାରସୁଗୁଡା, ଦେବଗଡ, ଅନୁଗୋଳରେ ଘନ କୁହୁଡି ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।
from Prameya News7 https://ift.tt/2HT3ZLa
No comments: