ସୋମବାର ଓ ମଙ୍ଗଳବାର ରାଜ୍ୟର କିଛି ଜିଲ୍ଲାରେ ବର୍ଷା : ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ବର ୦୩।୦୨: ଆସନ୍ତା ସପ୍ତାହ ପର୍ଯ୍ୟନ୍ତ ଓଡ଼ିଶାରେ ମେଘୁଆ ପାଗ ଲାଗି ରହିବ । କାଁ ଭାଁ ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବଜ୍ରପାତର ସମ୍ଭାବନା ରହିଛି । ଘୂର୍ଣ୍ଣିଝଡ଼ ହେବା ନେଇ ବି ଅନୁମାନ କରାଯାଇଛି । ପରିସ୍ଥିତିକୁ ଦୃଷ୍ଟିରେ ରଖି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୭ ତାରିଖ ପର୍ଯ୍ୟନ୍ତ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇ ସତର୍କତା ଅବଲମ୍ବନ କରିବାକୁ ପରାମର୍ଶ ଦିଆଯାଇଛି ।

ପାଣିପାଗ କେନ୍ଦ୍ରର ଆକଳନ ଅନୁଯାୟୀ ସୋମବାର ଓ ମଙ୍ଗଳବାର ଦିନ ଦକ୍ଷିଣ ଓଡ଼ିଶା ସମେତ ନୂଆପଡ଼ା, ନୟାଗଡ଼ ଜିଲ୍ଲାରେ ସ୍ବଳ୍ପ ବର୍ଷା ହୋଇପାରେ । ଏହି ସମୟରେ କନ୍ଧମାଳ, କଳାହାଣ୍ଡି, କୋରାପୁଟ, ବଲାଙ୍ଗୀର ଓ ଅନୁଗୁଳ ଜିଲ୍ଲାର କେତେକ ସ୍ଥାନରେ ଘନ କୁହୁଡ଼ି ଲାଗିରହିବ । ୫ ତାରିଖଠାରୁ ପାଗରେ ବଡ଼ଧରଣର ପରିବର୍ତନ ଆସିବ ଏବଂ ସ୍ବଳ୍ପରୁ ମଧ୍ୟମଧରଣର ବର୍ଷା ଲାଗିରହିବ । ୫ ଓ ୬ ତାରିଖରେ ବଲାଙ୍ଗୀର, ସୋନପୁର, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, କଟକ, ଖୋର୍ଧା, ନୟାଗଡ଼, ପୁରୀ, ଗଞ୍ଜାମ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର ଓ ଭଦ୍ରକରେ ଘଡ଼ଘଡ଼ି ସହ ବର୍ଷା ଓ ଘୂର୍ଣ୍ଣିଝଡ଼ ହୋଇପାରେ । ୭ ତାରିଖରେ ଉପକୂଳ ଓ ଉତ୍ତର ଓଡ଼ିଶାରେ ଏଭଳି ପରିସ୍ଥିତି ଉପୁଜିବ । ଆସନ୍ତା ୪୮ ଘଣ୍ଟା ପର୍ଯ୍ୟନ୍ତ ରାତିର ସର୍ବନିମ୍ନ ତାପମାତ୍ରା ୨ରୁ ୩ ଡିଗ୍ରି ପର୍ଯ୍ୟନ୍ତ ବଢ଼ିବ । ଦକ୍ଷିଣ ଓଡ଼ିଶାରେ କୁହୁଡ଼ି ହେବ ।



from Prameya News7 https://ift.tt/37V28ky
ସୋମବାର ଓ ମଙ୍ଗଳବାର ରାଜ୍ୟର କିଛି ଜିଲ୍ଲାରେ ବର୍ଷା : ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ ସୋମବାର ଓ ମଙ୍ଗଳବାର ରାଜ୍ୟର କିଛି ଜିଲ୍ଲାରେ ବର୍ଷା : ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ Reviewed by SUBHENDU BARAL on February 02, 2020 Rating: 5

No comments:

Powered by Blogger.