୮ ଜିଲ୍ଲାରେ ବର୍ଷା ସହ ବଜ୍ରପାତ ସମ୍ଭାବନା OTV KHABAR BUREAU

ଭୁବନେଶ୍ୱର: ଘୂର୍ଣ୍ଣିବଳୟ ପ୍ରଭାବରେ ଦୁଇ ଦିନ ହେଲା ସାରା ରାଜ୍ୟରେ ବର୍ଷା ଲାଗି ରହିଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ କନ୍ଧମାଳ, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, କଟକ, ନୟାଗଡ଼ ଓ ଜଗତସିଂହପୁର ଜିଲ୍ଲାର କେତେକ ଅଞ୍ଚଳରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ।

ଘଡ଼ଘଡ଼ି ମାରିବା ସହ ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବାର ମଧ୍ୟ ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ବର୍ଷା ପରେ ରାଜ୍ୟରେ ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା କମିପାରେ। ଆସନ୍ତାକାଲି ରାଜ୍ୟରେ ଘନ କୁହୁଡ଼ି ଦେଖାଦେବାର ସମ୍ଭାବନା ରହିଛି।



from OTV Khabar. https://ift.tt/2HUnItX
୮ ଜିଲ୍ଲାରେ ବର୍ଷା ସହ ବଜ୍ରପାତ ସମ୍ଭାବନା OTV KHABAR BUREAU ୮ ଜିଲ୍ଲାରେ ବର୍ଷା ସହ ବଜ୍ରପାତ ସମ୍ଭାବନା OTV KHABAR BUREAU Reviewed by SUBHENDU BARAL on February 25, 2020 Rating: 5

No comments:

Powered by Blogger.