ପୁରୀ : ପୁରୀରେ ଛାତ୍ରଙ୍କୁ ଗୁଳିମାଡ଼ ପରେ ଉତ୍ତେଜନା । ଗତରାତିରେ ହେରାଗୋହରୀ ସାହି ବୋର୍ଡିଂ ଛକ ଦେଇ ସାଇକେଲ୍ରେ ଯାଉଥିବା ବେଳେ ଆୟୁର୍ବେଦ କଲେଜର ଦ୍ୱିତୀୟ ବର୍ଷର ଛାତ୍ର ଜନ୍ମେଜୟ ମନ୍ତ୍ରୀଙ୍କୁ ଦୁର୍ବୃତ୍ତ ଆକ୍ରମଣ କରିଥିଲେ ।
ଦୁଇଜଣ ଦୁର୍ବୃତ୍ତ ବାଇକ୍ରେ ଆସି ପ୍ରଥମେ ତାଙ୍କ ମୋବାଇଲ୍ ଛଡ଼ାଇବାକୁ ଉଦ୍ୟମ କରିଥିଲେ । ତେବେ ଏଥିରେ ବିଫଳ ହେବାରୁ ତାଙ୍କୁ ମାଡ଼ ମାରିବା ସହ ଦୁର୍ବୃତ୍ତ ମାନେ ବନ୍ଧୁକରୁ ଗୁଳି ଚଳାଇଥିବା ଅଭିଯୋଗ ହୋଇଛି । ଛାତ୍ରଙ୍କ ପାପୁଲିରେ ଗୁଳି ବାଜିଛି। ଏନେଇ କୁମ୍ଭାରପଡ଼ା ଥାନାରେ ଅଭିଯୋଗ ହୋଇଥିବା ବେଳେ, ତୁରନ୍ତ ଦୁର୍ବୃତ୍ତଙ୍କୁ ଧରିବା ଦାବିରେ କଲେଜର ଛାତ୍ରଛାତ୍ରୀମାନେ ଅଧରାତି ଯାଏଁ ରାସ୍ତାରୋକ କରିଥିଲେ। ଭିଆଇପି ରୋଡ୍ରେ ଟାୟାର୍ ଜାଳି ଶତାଧିକ ଛାତ୍ରଛାତ୍ରୀ ରାସ୍ତାରୋକ୍ କରିଥିଲେ।
from OTV Khabar. https://ift.tt/3bbYHrs
ପୁରୀରେ ଛାତ୍ରଙ୍କୁ ଗୁଳିମାଡ଼ ପରେ ଉତ୍ତେଜନା Pradesh Pratyush
Reviewed by SUBHENDU BARAL
on
February 04, 2020
Rating:
No comments: