ଏହିସବୁ ଜିଲ୍ଲାରେ ୪୮ଘଣ୍ଟା ଯାଏଁ ଝଡବର୍ଷା, ୩୦ରୁ ୪୦ କି.ମି. ବେଗରେ ବହିପାରେ ପବନ

ଭୁବନେଶ୍ବର ।୩: ଆଜିଠାରୁ ପାଗରେ ବଡ଼ଧରଣର ପରିବର୍ତ୍ତନ ଆସିବ। ରାଜ୍ୟର ଅଧିକାଂଶ ଜିଲ୍ଲାରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ । ସ୍ଥାନେ ସ୍ଥାନେ ଘଡ଼ଘଡ଼ି ସହ ୩୦ରୁ ୪୦ କି.ମି. ବେଗରେ ପବନ ବହିପାରେ । ଆସନ୍ତା ୪୮ ଘଣ୍ଟା ଧରି ଏଭଳି ପାଗ ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି ।

ଆଜି ଉତ୍ତର ଓଡ଼ିଶାର ଅଧିକାଂଶ ସ୍ଥାନ ଓ ଦକ୍ଷିଣ ଓଡ଼ିଶାର କେତେକ ସ୍ଥାନରେ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି । କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ନୂଆପଡ଼ା, ବଲାଙ୍ଗୀର, ସୋନପୁର, ବୌଦ୍ଧ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ଅନୁଗୋଳ, ଢେଙ୍କାନାଳ, କନ୍ଧମାଳ, ନୟାଗଡ଼, କଟକ, ଖୋର୍ଦ୍ଧା ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘୂର୍ଣ୍ଣିଝଡ଼ ହେବ। ଘଡ଼ଘଡ଼ି ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏଥିସହ ଅନୁଗୋଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ସୋନପୁର, ବୌଦ୍ଧ ଓ ବଲାଙ୍ଗୀର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କୁଆପଥର ପଡ଼ିବାର ଆଶଙ୍କା ରହିଛି।

ସେହିଭଳି ୭ ତାରିଖରେ ବି ଉପକୂଳ ଓ ଉତ୍ତର ଓଡ଼ିଶାର ଅଧିକାଂଶ ସ୍ଥାନରେ ଘୂର୍ଣ୍ଣିଝଡ଼ ସହ ବଜ୍ରପାତ ଓ ଘଣ୍ଟା ପ୍ରତି ୩୦ରୁ ୪୦ କି.ମି. ବେଗରେ ପବନ ବହିପାରେ। ତେବେ ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବ।

୮ ତାରିଖ ମଧ୍ୟାହ୍ନ ସୁଦ୍ଧା ଉପକୂଳ ଓଡ଼ିଶାର ସମସ୍ତ ଜିଲ୍ଲା ସମେତ କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ ଓ କନ୍ଧମାଳ ଜିଲ୍ଲାର ଗୋଟିଏ ଦୁଇଟି ଝଡ଼ବର୍ଷା ହେବାର ଆଶଙ୍କା ରହିଛି ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।



from Prameya News7 https://ift.tt/32TYZzt
ଏହିସବୁ ଜିଲ୍ଲାରେ ୪୮ଘଣ୍ଟା ଯାଏଁ ଝଡବର୍ଷା, ୩୦ରୁ ୪୦ କି.ମି. ବେଗରେ ବହିପାରେ ପବନ ଏହିସବୁ ଜିଲ୍ଲାରେ ୪୮ଘଣ୍ଟା ଯାଏଁ ଝଡବର୍ଷା, ୩୦ରୁ ୪୦ କି.ମି. ବେଗରେ ବହିପାରେ ପବନ Reviewed by SUBHENDU BARAL on March 05, 2020 Rating: 5

No comments:

Powered by Blogger.