ରାଜ୍ୟର ଅର୍ଦ୍ଧାଧିକ ଜିଲ୍ଲାରେ ଝଡ଼ବର୍ଷା ସମ୍ଭାବନା : ସ୍ଥାନେ ସ୍ଥାନେ ଘଡ଼ଘଡ଼ି ସହ ୩୦ରୁ ୪୦ କିମି ବେଗରେ ପବନ ବହିପାରେ Kanak News

କନକ ବ୍ୟୁରୋ : ଆଜି ସକାଳୁ ପାଗ କୋହଲା ରହିଛି । ଶୁକ୍ରବାରଠାରୁ ପାଗରେ ବଡ଼ଧରଣର ପରିବର୍ତନ ଆସିବ। ରାଜ୍ୟର ଅର୍ଦ୍ଧାଧିକ ଜିଲ୍ଲାରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ । ସ୍ଥାନେ ସ୍ଥାନେ ଘଡ଼ଘଡ଼ି ସହ ୩୦ରୁ ୪୦ କିମି ବେଗରେ ପବନ ବହିପାରେ । ଆସନ୍ତା ୪୮ ଘଣ୍ଟା ଧରି ଏଭଳି ପାଗ ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି ।

ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି ଯେ ମାର୍ଚ୍ଚ ଆଜି ଉତ୍ତର ଓଡ଼ିଶାର ଅଧିକ ସ୍ଥାନ ଓ ଦକ୍ଷିଣ ଓଡ଼ିଶାର କେତେକ ସ୍ଥାନରେ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି । କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ନୂଆପଡ଼ା, ବଲାଙ୍ଗୀର, ସୋନପୁର, ବୌଦ୍ଧ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ଅନୁଗୁଳ, ଢେଙ୍କାନାଳ, କନ୍ଧମାଳ, ନୟାଗଡ଼, କଟକ, ଖୋର୍ଧା ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘୂର୍ଣ୍ଣିଝଡ଼ ହେବ। ଘଡ଼ଘଡ଼ି ସହ ବଜ୍ରପାତ ହେବାର ସମ୍ଭାବନା ରହିଛି । ସ୍ଥାନେ ସ୍ଥାନେ ୩୦ରୁ ୪୦ କିମି ବେଗରେ ପବନ ବହିପାରେ । ଏଥିସହ ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ସୋନପୁର, ବୌଦ୍ଧ ଓ ବଲାଙ୍ଗୀର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କୁଆପଥର ପଡ଼ିବାର ଆଶଙ୍କା ରହିଛି ।

୭ ତାରିଖରେ ବି ଉପକୂଳ ଓ ଉତ୍ତର ଓଡ଼ିଶାର ଅଧିକାଂଶ ସ୍ଥାନରେ ଘୂର୍ଣ୍ଣିଝଡ଼ ସହ ବଜ୍ରପାତ ଓ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିପାରେ। ତେବେ ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବ। ୮ ତାରିଖ ମଧ୍ୟାହ୍ନ ସୁଦ୍ଧା ଉପକୂଳ ଓଡ଼ିଶାର ସମସ୍ତ ଜିଲ୍ଲା ସମେତ କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ ଓ କନ୍ଧମାଳ ଜିଲ୍ଲାର ଗୋଟିଏ ଦୁଇଟି ଝଡ଼ବର୍ଷା ହେବାର ଆଶଙ୍କା ରହିଛି ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି। ଆଜି ଦିନ ସମୟରେ ଦକ୍ଷିଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ତାପମାତ୍ରା ୩୦ ଡିଗ୍ରି ଉପରେ ରହିଥିଲା।

ଉପକୂଳ ଓଡ଼ିଶାରେ କୋହଲା ପାଗ ସାଙ୍ଗକୁ ସର୍ବାଧିକ ତାପମାତ୍ରା ସ୍ବାଭାବିକଠାରୁ ୨ରୁ ୩ ଡିଗ୍ରି କମ୍‌ ରହିଥିଲା। ଆଜି ସକାଳଠାରୁ ସନ୍ଧ୍ୟା ସୁଦ୍ଧା ଅନୁଗୁଳରେ ସର୍ବାଧିକ ୮ ମିମି ବର୍ଷା ହୋଇଥିବା ବେଳେ ବାଲେଶ୍ବରରେ ୭, ରାୟଗଡ଼ାରେ ୬.୨, ତାଳଚେରରେ ୫, କଟକରେ ୪, ସୁନ୍ଦରଗଡ଼ରେ ୩ ମିମି ବର୍ଷା ରେକର୍ଡ କରାଯାଇଛି।



from Kanak News https://ift.tt/39sytzD https://ift.tt/3cz3PXx
ରାଜ୍ୟର ଅର୍ଦ୍ଧାଧିକ ଜିଲ୍ଲାରେ ଝଡ଼ବର୍ଷା ସମ୍ଭାବନା : ସ୍ଥାନେ ସ୍ଥାନେ ଘଡ଼ଘଡ଼ି ସହ ୩୦ରୁ ୪୦ କିମି ବେଗରେ ପବନ ବହିପାରେ Kanak News ରାଜ୍ୟର ଅର୍ଦ୍ଧାଧିକ ଜିଲ୍ଲାରେ ଝଡ଼ବର୍ଷା ସମ୍ଭାବନା : ସ୍ଥାନେ ସ୍ଥାନେ ଘଡ଼ଘଡ଼ି ସହ ୩୦ରୁ ୪୦ କିମି ବେଗରେ ପବନ ବହିପାରେ Kanak News Reviewed by SUBHENDU BARAL on March 05, 2020 Rating: 5

No comments:

Powered by Blogger.