ଭୁବନେଶ୍ୱର: ଗତକାଲି ଭଳି ଆଜି ମଧ୍ୟ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷାର ସମ୍ଭାବନା ରହିଛି। ଆଜି କିଛି ଜିଲ୍ଲାରେ ବର୍ଷା ହେବା ନେଇ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି। ସେଗୁଡ଼ିକ ହେଲା ଅନୁଗୁଳ, ଢେଙ୍କାନାଳ, ରାୟଗଡ଼ା, ଜଗତସିଂହପୁର, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, କୋରାପୁଟ, ସୁନ୍ଦରଗଡ଼, ମୟୂରଭଞ୍ଜ, ବାଲେଶ୍ୱର, ଖୋର୍ଦ୍ଧା, କଟକ, ବଲାଙ୍ଗିର, ଗଞ୍ଜାମ ଏବଂ ବୌଦ୍ଧ।
କିଛି ସ୍ଥାନରେ ଝଡ଼ ତୋଫାନ ସହ ବର୍ଷା ହୋଇପାରେ। ୩୦ରୁ ୪୦ କିଲୋମିଟର୍ ବେଗରେ ପବନ ମଧ୍ୟ ବହିବାର ସମ୍ଭାବନା ରହିଛି। ଗତକାଲି ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇଥିଲା। ରାଜଧାନୀ ଭୁବନେଶ୍ୱରରେ ଝଡ଼ ତୋଫାନ ଭଳି ପ୍ରବଳ ପବନ ହେଆ ସହିତ ବର୍ଷା କାଚିଥିଲା।
from OTV Khabar. https://ift.tt/2x49VyG
ଆଜି ବି ବର୍ଷା: ଏହିସବୁ ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ OTV KHABAR BUREAU
Reviewed by SUBHENDU BARAL
on
March 04, 2020
Rating:
No comments: