ଭୁବନେଶ୍ବର ୨୭।୦୪: ରାଜ୍ୟରେ ଥମିବାର ନାଁ ନେଉନି କରୋନା । ପୁଣି ଆଉ ୫ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୮ରେ ପହଞ୍ଚିଛି । ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଓ୍ବେବସାଇଟ୍ ରେ ସୂଚନା ପ୍ରଦାନ କରାଯାଇଛି । ତେବେ ଚିହ୍ନଟ ହୋଇଥିବା ସମସ୍ତ ସଂକ୍ରମିତ କେଉଁ ଜିଲ୍ଲାର ତାହା ଜଣାପଡିନାହିଁ । ସଂପୃକ୍ତ ସଂକ୍ରମିତଙ୍କ କଣ୍ଟାକ୍ଟ ଟ୍ରେସିଂ ଜାରି ରହିଛି ।
ସୂଚନାଯୋଗ୍ୟ ଯେ, ରବିବାର ଦିନ ରାଜ୍ୟରେ ୩ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ । ରବିବାର ଦିନ ଚିହ୍ନଟ ହୋଇଥିବା ସମସ୍ତ ଆକ୍ରାନ୍ତ ସୁନ୍ଦରଗଡ ଜିଲ୍ଲା ବୋଲି ଜଣାପଡିଥିଲା । ଚିହ୍ନଟ ହୋଇଥିବା ତିନି ଆକ୍ରାନ୍ତଙ୍କ ମଧ୍ୟରେ ଦୁଇ ଜଣ ପୁରୁଷ ଓ ଜଣେ ମହିଳା ରହିଛନ୍ତି । ସେହିପରି ସେମାନଙ୍କ ବୟସ ଯଥାକ୍ରମେ ୨୩ବର୍ଷୀୟ ପୁରୁଷ, ୬୦ବର୍ଷୀୟ ପୁରୁଷ ଓ ୫୭ବର୍ଷୀୟା ମହିଳା ରହିଛନ୍ତି ବୋଲି ରାଜ୍ୟ ସୂଚନା ଓ କଲ୍ୟାଣ ବିଭାଗ ଟ୍ୱିଟ୍ ମାଧ୍ୟମରେ ସୂଚନା ପ୍ରଦାନ କରିଥିଲା । ସମସ୍ତ ଆକ୍ରାନ୍ତଙ୍କ କଣ୍ଟାକ୍ଟ ଟ୍ରେସିଂ ଜାରି ରହିଛି । ପୂର୍ବରୁ ଜଣେ ସଂକ୍ରମିତଙ୍କ ସଂସ୍ପର୍ଶରେ ଦୁଇଜଣ ଆକ୍ରାନ୍ତ ଆସିଥିବା ଜଣାପଥିବା ବେଳେ ଅନ୍ୟ ଜଣ ଆକ୍ରାନ୍ତ ପୂର୍ବ ସଂକ୍ରମିତଙ୍କ ସଂସ୍ପର୍ଶରେ ଆସିଥିବା ସୂଚନା
from Prameya News7 https://ift.tt/2WeXskX
No comments: