୨ ତାରିଖ ପର୍ଯ୍ୟନ୍ତ ରାଜ୍ୟର କେତେକ ସ୍ଥାନରେ କାଳବୈଶାଖୀ । ଆସନ୍ତା ୪ରୁ ୫ ଦିନ ମଧ୍ୟରେ ରାଜ୍ୟରେ ବଢ଼ିବ ତାତି Kanak News

କନକ ବ୍ୟୁରୋ : ମେ’ ୨ ତାରିଖ ପର୍ଯ୍ୟନ୍ତ ରାଜ୍ୟର କେତେକ ସ୍ଥାନରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି। ସ୍ଥାନେ ସ୍ଥାନେ ଘଡଘଡି ସହ ବଜ୍ରପାତ ଓ ବର୍ଷା ହୋଇପାରେ । ଉପକୂଳ ଓଡ଼ିଶାର ଅଧିକାଂଶ ଜିଲ୍ଲା ସମେତ ପଶ୍ଚିମ ଓ କେନ୍ଦ୍ରୀୟ ଓଡ଼ିଶାର ଗୋଟିଏ ଦୁଇଟି ଜିଲ୍ଲାରେ କାଳବୈଶାଖୀର ପ୍ରକୋପ ରହିବ । ତେବେ ଆସନ୍ତା ୪ରୁ ୫ ଦିନ ମଧ୍ୟରେ ଆଭ୍ୟନ୍ତରୀଣ ଓଡ଼ିଶାରେ ଦିନର ତାପମାତ୍ରା ୩ରୁ ୪ ଡିଗ୍ରି ଓ ଉପକୂଳ ଓଡ଼ିଶାରେ ୩ ଡିଗ୍ରି ପର୍ଯ୍ୟନ୍ତ ବଢ଼ିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି ।

ଗୁରୁବାର ମଧ୍ୟାହ୍ନ ସୁଦ୍ଧା ଉତ୍ତର ଉପକୂଳ ଓଡ଼ିଶା ସମେତ ମୟୂରଭଞ୍ଜ, କେନ୍ଦୁଝର, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, ଗଞ୍ଜାମ, ନୂଆପଡା ଓ ବଲାଙ୍ଗୀର ଜିଲ୍ଲାର କିଛି ସ୍ଥାନରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି । ଗୁରୁବାର ଅପରାହ୍ନରୁ ଶୁକ୍ରବାର ସକାଳ ମଧ୍ୟରେ ଉପକୂଳ ଓଡ଼ିଶା ସମେତ କୋରାପୁଟ, ରାୟଗଡା ଓ ଗଜପତି ଜିଲ୍ଲା, ଶୁକ୍ରବାର ଅପରାହ୍ନରୁ ଶନିବାର ମଧ୍ୟାହ୍ନ ସୁଦ୍ଧା ଉପକୂଳ ଓଡ଼ିଶା ସମେତ ବଲାଙ୍ଗୀର, ସୋନପୁର, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ ଓ କନ୍ଧମାଳ ଜିଲ୍ଲାର କେତେକ ସ୍ଥାନରେ ଘଡଘଡି ସହ ବଜ୍ରପାତ ଓ ସ୍ଥାନେ ସ୍ଥାନେ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିପାରେ । ଏହାପର ଦୁଇ ଦିନ ପାଗ ମୁଖ୍ୟତଃ ଶୁଖିଲା ରହିବ ବୋଲି ଆକଳନ କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ସମସ୍ତ ସହରର ତାପମାତ୍ରା ୪୦ ଡିଗ୍ରି ତଳେ ଥିବା ବେଳେ ଫୁଲବାଣୀ, କେନ୍ଦୁଝର, ବାଲେଶ୍ଵର, ବାରିପଦା, ଚାନ୍ଦବାଲି, କଟକ, ଭୁବନେଶ୍ୱର ଓ ଅନୁଗୁଳ ସହରରେ ସ୍ବଳ୍ପରୁ ମାଧ୍ୟମଧରଣର ବର୍ଷା ହୋଇଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।



from Kanak News https://ift.tt/3f3Hpis https://ift.tt/2z0dwPd
୨ ତାରିଖ ପର୍ଯ୍ୟନ୍ତ ରାଜ୍ୟର କେତେକ ସ୍ଥାନରେ କାଳବୈଶାଖୀ । ଆସନ୍ତା ୪ରୁ ୫ ଦିନ ମଧ୍ୟରେ ରାଜ୍ୟରେ ବଢ଼ିବ ତାତି Kanak News ୨ ତାରିଖ ପର୍ଯ୍ୟନ୍ତ ରାଜ୍ୟର କେତେକ ସ୍ଥାନରେ କାଳବୈଶାଖୀ । ଆସନ୍ତା ୪ରୁ ୫ ଦିନ ମଧ୍ୟରେ ରାଜ୍ୟରେ ବଢ଼ିବ ତାତି Kanak News Reviewed by SUBHENDU BARAL on April 29, 2020 Rating: 5

No comments:

Powered by Blogger.